ମନ୍ତ୍ରୀପୁଟରେ ୫ଘଣ୍ଟା ବିଳମ୍ବରେ ମତଦାନ

ସେମିଳିଗୁଡ଼ା/ସୁନାବେଡ଼ା,୧୭।୨(ସ୍ବ.ପ୍ର.) ଆଜି ଥିଲା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ଏହି କ୍ରମରେ ସେମିଳିଗୁଡ଼ା ବ୍ଳକ ଅଧୀନରେ ଥିବା ସମସ୍ତ ୧୭ ଗ୍ରାମପଞ୍ଚାୟତରେ ସରିଛି ମତଦାନ। ଏହି ପଞ୍ଚାୟତଗୁଡ଼ିକରେ ୫୨,୫୧୧ ଭୋଟର ନିର୍ଦ୍ଧାରଣ କରିଛନ୍ତି ୧୮୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ। ସେମାନଙ୍କ ମଧ୍ୟରେ ୭ ଜିଲା ପରିଷଦ, ୭୭ ସରପଞ୍ଚ, ୫୪ ସମିତି ସଭ୍ୟ ଓ ୫୦ ଜଣ ୱାର୍ଡ ମେମ୍ବର ରହିଛନ୍ତି। କାଣ୍ଟି ଓ ଚାରାଙ୍ଗୁଲ ଦୁଇଟି ପଞ୍ଚାୟତର ସମିତି ସଭ୍ୟ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ପୂର୍ବରୁ ଘୋଷଣା ହୋଇଛି । ୧୭ ପଞ୍ଚାୟତ ପାଇଁ ମୋଟ ୨୦୫ଟି ଭୋଟ ଗ୍ରହଣ କେନ୍ଦ୍ର ହୋଇଥିଲା। ଏହି କେନ୍ଦ୍ରଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସମସ୍ତ ଭୋଟ ଗ୍ରହଣ କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଥିବା ବେଳେ ଗୋଟିଏ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଦଳେଇଗୁଡ଼ା ପଞ୍ଚାୟତର ମନ୍ତ୍ରୀପୁଟ ଗାଁରେ ଗ୍ରାମବାସୀଙ୍କ ବିରୋଧ ଯୋଗୁ ୫ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା । ଗତ କିଛିଦିନ ପୂର୍ବରୁ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା ସ୍କୁଲଗୁଡିକୁ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରାଯାଇଛି। ଫଳରେ ଏହି ଗାଁରେ ଛାତ୍ରୀଛାତ୍ରମାନେ ପାଠପଢ଼ିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦକରି ଗାଁର ସମସ୍ତ ମହିଳାଙ୍କ ସହ ଛାତ୍ରୀଛାତ୍ରମାନେ ନିର୍ବାଚନ କର୍ମଚାରୀଙ୍କୁ ବୁଥ୍‌ ମଧ୍ୟକୁ ନ ଛାଡ଼ି ରାସ୍ତା ଉପରେ ବସି ରହିଥିଲେ। ଖବର ପାଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉତ୍କଳ କେଶରୀ ଦାସ, ଉପଜିଲାପାଳ ଲଳିତ କହଁର, ବିଡିଓ ସବ୍ୟସାଚୀ ବେହେରା, ଏବିଡିଓ ଧୀରେନନାଥ କଣ୍ଡାଗିରି, ଅତିରିକ୍ତ ତହସିଲଦାର ଦେବବ୍ରତ କରାଚି ଓ ସେମିଳିଗୁଡ଼ା ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଲୋକଙ୍କୁ ବୁଝାଶୁଝା କରିବା ପରେ ସେଠାରେ ସ୍ବାଭାବିକ ଭାବେ ମତଦାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri