ମନ୍ତ୍ରୀପୁଟରେ ୫ଘଣ୍ଟା ବିଳମ୍ବରେ ମତଦାନ

ସେମିଳିଗୁଡ଼ା/ସୁନାବେଡ଼ା,୧୭।୨(ସ୍ବ.ପ୍ର.) ଆଜି ଥିଲା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ଏହି କ୍ରମରେ ସେମିଳିଗୁଡ଼ା ବ୍ଳକ ଅଧୀନରେ ଥିବା ସମସ୍ତ ୧୭ ଗ୍ରାମପଞ୍ଚାୟତରେ ସରିଛି ମତଦାନ। ଏହି ପଞ୍ଚାୟତଗୁଡ଼ିକରେ ୫୨,୫୧୧ ଭୋଟର ନିର୍ଦ୍ଧାରଣ କରିଛନ୍ତି ୧୮୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ। ସେମାନଙ୍କ ମଧ୍ୟରେ ୭ ଜିଲା ପରିଷଦ, ୭୭ ସରପଞ୍ଚ, ୫୪ ସମିତି ସଭ୍ୟ ଓ ୫୦ ଜଣ ୱାର୍ଡ ମେମ୍ବର ରହିଛନ୍ତି। କାଣ୍ଟି ଓ ଚାରାଙ୍ଗୁଲ ଦୁଇଟି ପଞ୍ଚାୟତର ସମିତି ସଭ୍ୟ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ପୂର୍ବରୁ ଘୋଷଣା ହୋଇଛି । ୧୭ ପଞ୍ଚାୟତ ପାଇଁ ମୋଟ ୨୦୫ଟି ଭୋଟ ଗ୍ରହଣ କେନ୍ଦ୍ର ହୋଇଥିଲା। ଏହି କେନ୍ଦ୍ରଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସମସ୍ତ ଭୋଟ ଗ୍ରହଣ କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଥିବା ବେଳେ ଗୋଟିଏ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଦଳେଇଗୁଡ଼ା ପଞ୍ଚାୟତର ମନ୍ତ୍ରୀପୁଟ ଗାଁରେ ଗ୍ରାମବାସୀଙ୍କ ବିରୋଧ ଯୋଗୁ ୫ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା । ଗତ କିଛିଦିନ ପୂର୍ବରୁ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା ସ୍କୁଲଗୁଡିକୁ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରାଯାଇଛି। ଫଳରେ ଏହି ଗାଁରେ ଛାତ୍ରୀଛାତ୍ରମାନେ ପାଠପଢ଼ିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦକରି ଗାଁର ସମସ୍ତ ମହିଳାଙ୍କ ସହ ଛାତ୍ରୀଛାତ୍ରମାନେ ନିର୍ବାଚନ କର୍ମଚାରୀଙ୍କୁ ବୁଥ୍‌ ମଧ୍ୟକୁ ନ ଛାଡ଼ି ରାସ୍ତା ଉପରେ ବସି ରହିଥିଲେ। ଖବର ପାଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉତ୍କଳ କେଶରୀ ଦାସ, ଉପଜିଲାପାଳ ଲଳିତ କହଁର, ବିଡିଓ ସବ୍ୟସାଚୀ ବେହେରା, ଏବିଡିଓ ଧୀରେନନାଥ କଣ୍ଡାଗିରି, ଅତିରିକ୍ତ ତହସିଲଦାର ଦେବବ୍ରତ କରାଚି ଓ ସେମିଳିଗୁଡ଼ା ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଲୋକଙ୍କୁ ବୁଝାଶୁଝା କରିବା ପରେ ସେଠାରେ ସ୍ବାଭାବିକ ଭାବେ ମତଦାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri