୫ଶହ ଟଙ୍କିଆ ନକଲି ନୋଟ

ଅମରପାଲି,୧୧ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ଅଞ୍ଚଳରେ ନକଲି ୫ ଶହ ଟଙ୍କିଆ ନୋଟ ଦେଖିବାକୁ ମିଳିଛି। ଉକ୍ତ ଥାନା ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଟେଭାପଦର ଗ୍ରାମରେ ଜଣେ ଦୋକାନୀଙ୍କୁ ଜଣେ ଅଜଣା ବ୍ୟକ୍ତି ତିନୋଟି ୫ ଶହ ଟଙ୍କିଆ ନୋଟ ଦେଇ ତେଜରାତି ସାମଗ୍ରୀ ନେଇଥିବା ଅଭିଯୋଗ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଟେଭାପଦର ଗ୍ରାମର କ୍ଷମାନିଧି ସାହୁ ଅସୁସ୍ଥ ଥିବାରୁ ସେ କରିଥିବା ତେଜରାତି ଦୋକାନରେ ତାଙ୍କ ସ୍ତ୍ରୀ ବସି ବିକ୍ରି କରୁଥିଲେ। ରବିବାର ମଧ୍ୟାହ୍ନ ସମୟରେ କେହି ଜଣେ ବ୍ୟକ୍ତି ୩୦୦ ଟଙ୍କାର ତେଜରାତି ସାମଗ୍ରୀ କିଣି ୫୦୦ ଟଙ୍କା ଦେଇଥିଲେ। ପୁଣି କିଛି ସମୟ ପରେ ସମ୍ପୃକ୍ତ ବ୍ୟକ୍ତି ସେହି ଦୋକାନକୁ ଆସି ୭ ଶହ ଟଙ୍କାର ଜିନିଷ କିଣି ଦୁଇଟି ୫ଶହ ଟଙ୍କିଆ ନୋଟ ଦେଇଥିଲେ। ଦୋକାନୀଙ୍କ ସ୍ତ୍ରୀ ବଳକା ଟଙ୍କା ଫେରାଇ ୫ ଶହ ଟଙ୍କିଆ ନୋଟ ରଖିଥିଲେ। ପରବର୍ତ୍ତୀ ସମୟରେ କେହି ଜଣେ ଟଙ୍କା ଦେଖି ତାହା ନକଲି ବୋଲି କହିଥିଲା। ଯାଞ୍ଚ କରିବାରୁ ତାହା ନକଲି ବୋଲି ଜଣାପଡିଥିଲା। ଦୋକାନୀ ଜଣକ ରୋଗଗ୍ରସ୍ତ ଥିବାରୁ ସୋମବାର ଏ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିବେ ବୋଲି ଜଣାଇଛନ୍ତି। ସୁବଳୟା ଅଞ୍ଚଳରେ ନକଲି ୫ ଶହ ଟଙ୍କିଆ ନୋଟ କାରବାର ହେଉଥିବା ଜାଣି ଲୋକଙ୍କ ମଧ୍ୟରେ ଛନକା ପଶିଛି। କିଛିଦିନ ପୂର୍ବରୁ ଉଲୁଣ୍ଡା ଅଞ୍ଚଳରୁ ପ୍ରାୟ ୪୧ ଲକ୍ଷ ଟଙ୍କାର ନକଲି ପାଞ୍ଚ ଶହ ଟଙ୍କିଆ ନୋଟ ଏସ୍‌ଟିଏଫ ଜବତ କରିବା ସହ ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ତେବେ ଅଞ୍ଚଳରେ ଆହୁରି ଅନେକ ନକଲି ଟଙ୍କା ଘୂରି ବୁଲୁଥିବା ସନ୍ଦେହ କରାଯାଉଛି। ଏନେଇ ସୁବଳୟା ଥାନା ଅଧିକାରୀ ସୁଶାନ୍ତ କୁମାର ପ୍ରଧାନଙ୍କୁ ଯୋଗାଯୋଗ କରିବାରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ ବୋଲି ପ୍ରକାଶ କରିଛନ୍ତି। ପୋଲିସ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri