Posted inଜାତୀୟ

୫ ଆଇଆଇଆଇଟିକୁ ମିଳିବ ଜାତୀୟ ଅନୁଷ୍ଠାନ ମର୍ଯ୍ୟାଦା

ନୂଆଦିଲ୍ଲୀ, ୨୩।୯(ପି.ଟି.): ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇନ୍‌ଫର୍ମେଶନ ଟେକ୍ନୋଲୋଜି(ଆଇଆଇଆଇଟି) ଆଇନ ସଂଶୋଧନ ବିଲ୍‌- ୨୦୨୦ ରାଜ୍ୟ ସଭାରେ ଗୃହୀତ ହୋଇଛି। ଆଇଆଇଆଇଟି ଆଇନ ୨୦୧୪ ଓ ଆଇଆଇଆଇଟି ସରକାରୀ ବେସରକାରୀ ଭାଗିଦାରୀ ଆଇନ ୨୦୧୭ରେ ଏହି ବିଲ୍‌ ସଂଶୋଧନ ଆଣିବ। ଏଥିସହିତ ସୁରଟ, ଭୋପାଳ, ଭାଗଲପୁର, ଅଗରତାଲା ଓ ରାୟଚୁରଠାରେ ପ୍ରତିଷ୍ଠିତ ୫ଟି ଆଇଆଇଆଇଟିକୁ ଜାତୀୟ ଅନୁଷ୍ଠାନର ମର୍ଯ୍ୟାଦା ଦେବାକୁ ବିଲ୍‌ରେ ବ୍ୟବସ୍ଥା ରହିଛି। ଏହି ବିଲ୍‌ ସଂକ୍ରାନ୍ତ ଆଲୋଚନାରେ ଅଂଶଗ୍ରହଣ କରି ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ କହିଛନ୍ତି, ଦେଶର ବିକାଶରେ ବୈଷୟିକ ଜ୍ଞାନ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୈଷୟିକ ଜ୍ଞାନ କ୍ଷେତ୍ର ପ୍ରତି ସ୍ବତନ୍ତ୍ର ଆଲୋକପାତ କରାଯାଉଛି। ଆଇଆଇଆଇଟି ଅନୁଷ୍ଠାନଗୁଡ଼ିକୁ ଜାତୀୟ ଅନୁଷ୍ଠାନରେ ପରିଣତ କରାଯିବା ଦ୍ୱାରା ଛାତ୍ରୀଛାତ୍ରଙ୍କ ମନୋବଳ ବୃଦ୍ଧି ପାଇବାରେ ସହାୟକ ହେବ ବୋଲି କହିଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ର ଆଇଆଇଆଇଟିଗୁଡ଼ିକରେ ଓଡ଼ିଶା ପାଇଁ କୋଟା ରଖିବା ଲାଗି ଦାବି କରିଛନ୍ତି। ୱାଇଏସ୍‌ଆର୍‌ କଂଗ୍ରେସର ବିଜୟ ସାୟରେଡ୍ଡୀ ବିଲ୍କୁ ସମର୍ଥନ କରିଛନ୍ତି। ଏହି ବିଲ୍‌ ବୈଷୟିକ ଜ୍ଞାନ କ୍ଷେତ୍ରରେ ଅଭୂତପୂର୍ବ ପରିବର୍ତ୍ତନ ଆଣିବ ବୋଲି ଜେଡିୟୁ ଏମ୍‌ପି ଆର୍‌.ସି.ପି. ସିଂ କହିଛନ୍ତି। ସେହିପରି ଟିଡିପିର କେ. ରବୀନ୍ଦ୍ରକୁମାର ଫି’ ଢାଞ୍ଚାକୁ ନେଇ ପ୍ରଶ୍ନ ଉଠାଇବା ସହ ଗରିବ ଛାତ୍ରୀଛାତ୍ରମାନଙ୍କ ଉପରେ ଏହା ଅଧିକ ବୋଝ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?