ଭିଡିଓ ଭାଇରାଲ ପରେ ହୋମଗାର୍ଡଙ୍କ ସମେତ ୫ ଗିରଫ

ଦାରିଙ୍ଗବାଡ଼ି,୧୩ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗଞ୍ଜେଇ ଗଛକୁ ନ କାଟିବା ପାଇଁ ଗଞ୍ଜେଇ ଚାଷୀଙ୍କ ସହ କଥାବାର୍ତ୍ତା ହେଉଥିବା ଅଡିଓ ଭାଇରାଲ ଘଟଣାରେ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ। ଦାରିଙ୍ଗବାଡ଼ି ପୋଲିସ ଜଣେ ହୋମଗାର୍ଡଙ୍କ ସହ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଦାରିଙ୍ଗବାଡ଼ି ଥାନାର ହୋମଗାର୍ଡ ସତ୍ୟଜିତ ମଲିକଙ୍କ ସମେତ ଗଞ୍ଜେଇ ଚାଷରେ ସମ୍ପୃକ୍ତି ଥିବା ମାନସ ପ୍ରଧାନ, ରାଜୁ ବେହେରା, ପ୍ରଫୁଲ କୁମାର ପ୍ରଧାନ ଏବଂ ଆଦିକନ୍ଦ ପ୍ରଧାନ ବୋଲି ଏକ ଖବରଦାତା ସମ୍ମିଳନୀରେ କନ୍ଧମାଳ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସ୍ନେହାଶିଷ ସାହୁ ସୂଚନା ଦେଇଛନ୍ତି।

ସୂଚନା ଦେଇ କହିଛନ୍ତି, ଗୁରୁବାର ଉକ୍ତ ଥାନା ପରପାଙ୍କା ଏବଂ ପ୍ଲିହେରି ଅଞ୍ଚଳରେ ୭୦ ଏକର ଜମିରେ ଗଞ୍ଜେଇ ଗଛ କଟାଯାଇଛି। ବେଆଇନ ଗଞ୍ଜେଇ ଗଛ ବିରୋଧରେ କନ୍ଧମାଳ ଏସ୍‌ପି ହରିଶ ବିଶିଙ୍କ ନିର୍ଦ୍ଦେଶ ପ୍ରକାରେ ସାରା ଜିଲାରେ ଚାଲିଥିବା ବେଆଇନ ଗଞ୍ଜେଇ ଚାଷକୁ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। ତେବେ ଉକ୍ତ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଚାଲିଥିବା ଖବର ପାଇବା ପରେ ଆଇଆଇସି ଅଶୋକ କୁମାର ହାଁସଦାଙ୍କ ନେତୃତ୍ୱରେ ପୋଲିସ ଗଞ୍ଜେଇ ଗଛ କାଟି ଥିଲା। ତେବେ ପୂର୍ବରୁ ଏହି ଚାଷକୁ କାର୍ଯ୍ୟରତ ହୋମଗାର୍ଡ ସତ୍ୟଜିତ୍‌ ଗଛ କଟାଯିବ ନାହିଁ ବୋଲି ଚାଷୀଙ୍କୁ ଉତ୍କୋଚ ଦାବି କରିଥିଲେ। ତୁରନ୍ତ ସନ୍ଧ୍ୟା ଭିତରେ ପହଞ୍ଚି ବଡ଼ ସାର୍‌ଙ୍କୁ ଭେଟିବାକୁ ସେ ପରାମର୍ଶ ଦେଇଥିଲେ। ଯାହାକି ଅଡିଓ ଭାଇରାଲର ପ୍ରାଥମିକ ତଦନ୍ତରେ କାର୍ଯ୍ୟାନୁଷ୍ଠାନ କରାଯାଇଥିବା ବେଳେ ଏହାର ଅଧିକ ତଦନ୍ତ ଚାଲିଥିବା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ (ଆଡିଶନାଲ ଏସ୍‌ପି ) ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବାଲିଗୁଡ଼ା ଏସ୍‌ଡିପିଓ କମଳ କୁମାର ପଣ୍ଡା, ଆଇଆଇସି ଅଶୋକ କୁମାର ହାଁସଦା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri