ପୂର୍ବଶତ୍ରୁତାରୁ ଠେଙ୍ଗା-ପଥରମାଡ଼: ୫ ଗୁରୁତର

ଘସିପୁରା,୬ା୧୨(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଆଗର୍ଦା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ୫ ଗୁରୁତର ହୋଇଥିବା ସୂଚନା ମିଳିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ସଂଘର୍ଷରେ ଗୋଲକ ଜେନା, ସଞ୍ଜୟ ଜେନା, ଡାହାଣୀ ଜେନା, ଟିମା ଜେନା, ପୂର୍ଣ୍ଣିମା ଜେନା ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁଇ ଗୋଷ୍ଠୀର ଅଭିଯୋଗ ଆଧାରରେ ରାମଚନ୍ଦ୍ରପୁର ଥାନାରେ ୨୮୮/୨୩ ଓ ୨୮୯/୨୩ରେ ଦୁଇଟି ମାମଲା ରୁଜୁ କରାଯାଇଥିବା ସୂଚନା ମିଳିଛି। ରାଜନୈତିକ ଆକ୍ରୋଶକୁ କେନ୍ଦ୍ରକରି ପୂର୍ବରୁ ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଥିଲା। ଆପୋଷ ବୁଝାମଣାରେ ଘଟଣା ସମାଧାନ ହୋଇଥିବା ବେଳେ ପୁନର୍ବାର ଏହା ଉଗ୍ରରୂପ ଧାରଣ କରିବାକୁ ବସିଛି। ଠେଙ୍ଗା ଓ ପଥରମାଡ଼ରେ ଉଭୟ ପକ୍ଷରୁ ଗୁରୁତର ହୋଇଥିବା ବେଳେ ରାମଚନ୍ଦ୍ରପୁର ପୋଲିସ ପାଇଁ ଏହା କଡ଼ା ଚ୍ୟାଲେଞ୍ଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri