Posted inଜାତୀୟ

ଝାଡ଼ଖଣ୍ଡରେ ଗୋଷ୍ଠୀ ସଂଘର୍ଷ: ୫ ଗୁରୁତର

ରାଞ୍ଚି,୨।୭: ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଝାଡ଼ଖଣ୍ଡର ରାଞ୍ଚିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ୫ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଏକ ଷ୍ଟୁଡିଓ ନିକଟରେ ଆଶିଷ ନାମକ ଜଣେ ଯୁବକ ବାଇକ୍‌ ରଖି ଛିଡାହୋଇଥିଲେ। ସେତିକିବେଳେ ଏକ ସ୍କୁଟି ଆଶିଷଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଏନେଇ ଆଶିଷ ବାଇକ୍‌ ମରାମତି କରିବା ସହ କ୍ଷତିପୂରଣ ଦେବାକୁ ସେ ସ୍କୁଟି ଚାଳକଙ୍କୁ କହିଥିଲେ। ହେଲେ ସ୍କୁଟି ଚାଳକ କ୍ଷତିପୂରଣ ଦେବାକୁ ମନା କରିଦେଇଥିଲେ। ଏପରିକି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରବର୍ତ୍ତୀ ସମୟରେ ୧୫ରୁ ୨୦ଜଣ ବ୍ୟକ୍ତି ଠେଙ୍ଗା, ଲୁହା ରଡ ଏବଂ ଅସ୍ତ୍ରଶସ୍ତ୍ର ଧରି ଘଟଣାସ୍ଥଳରେ ପହଞ୍ଚି ଥିଲେ। ସେମାନେ କିଛି ବୁଝିବା ଆଗରୁ ଆଶିଷଙ୍କୁ ଆକ୍ରମଣ କରିଥିଲେ। ଏହାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବା ସହ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ଥାନା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉତ୍ତେଜନା ପାଇଁ ଦାୟୀ ବ୍ୟକ୍ତିବିଶେଷଙ୍କୁ ତୁରନ୍ତ ଗିରଫ କରି ଶାନ୍ତି ଫେରାଇ ଆଣିବାକୁ ଭାଜପା ମୁଖପାତ୍ର ପ୍ରତୁଲ ଶାହାଦେବ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri