ସରପଞ୍ଚଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ)-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସନ୍ଦୀପ କୁମାର ମହାନ୍ତି ଶୁକ୍ରବାର ଏକ ଆକ୍ରମଣ ମାମଲାର ଅଭିଯୁକ୍ତ କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ରୋହିଗାଁ ପଞ୍ଚାୟତର ସରପଞ୍ଚ ଓ ତାଙ୍କର ୫ ସହଯୋଗୀଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ରୋହିଗାଁ ସରପଞ୍ଚ ବଶିଷ୍ଠ ଜେନା, ପୂର୍ବତନ ସମିତି ସଭ୍ୟ ବସନ୍ତ ସ୍ବାଇଁ, ଘନ ଜେନା, ସତ୍ୟବାନ ଜେନା, ବାବୁଲା ଜେନା ଓ ନିଲୁ ଜେନା।
୨୦୨୧ ଅଗଷ୍ଟ ୧୯ ତାରିଖରେ କୁକୁଡ଼ାଖଣ୍ଡି ବ୍ଲକ ଅଫିସ ବନ୍ଧରେ ମାଛ ଚାଷ ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା ହୋଇଥିଲା। ଏପରିକି ରୋହିଗାଁ ପୂର୍ବତନ ସରପଞ୍ଚ ସନାତନ ସଂଗ୍ରାମ ସିଂଙ୍କୁ ତାଙ୍କ ବିରୋଧୀ ଗୋଷ୍ଠୀର ବଶିଷ୍ଠ ଓ ତାଙ୍କ ସହଯୋଗୀମାନେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ସେ ଏନେଇ ସଦର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ମାମଲାର ବିଚାର ବେଳେ ୬ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହାକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି। ମୁଦାଲାଙ୍କ ପକ୍ଷରୁ କରୁଣାକର ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri