ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ ମଧ୍ୟ ୫ କିଲୋ ଓଜନର ଛୋଟ LPG ସିଲିଣ୍ଡର ବ୍ୟବହାର ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ର ସରକାର ୧୪.୨ କିଲୋ ଓଜନର ଘରୋଇ LPG ସିଲିଣ୍ଡର ଉପରେ ଦିଆଯାଉଥିବା ସବସିଡି ସହିତ ୫ କିଲୋ ସିଲିଣ୍ଡର ପାଇଁ ମଧ୍ୟ ଅନୁପାତିକ ସବସିଡି ବ୍ୟବସ୍ଥା କରିଛନ୍ତି।

ସରକାରଙ୍କ ଉଦ୍ଦେଶ୍ୟ ହେଉଛି ଏଭଳି ଲୋକଙ୍କ ପାଖରେ LPG ସିଲିଣ୍ଡର ସୁବିଧା ପହଞ୍ଚାଇବା, ଯେଉଁମାନଙ୍କ ପାଇଁ ଏକାଥରକେ ୧୪.୨ କିଲୋ ସିଲିଣ୍ଡର ଭରିବା କଷ୍ଟକର। ଏଥିରୁ କମ ଆୟକାରୀ ପରିବାର, ଛାତ୍ରୀଛାତ୍ର, ପ୍ରବାସୀ ଶ୍ରମିକ ଏବଂ ଏକୁଟିଆ ରହୁଥିବା ଲୋକଙ୍କୁ ଆଶ୍ୱସ୍ତି ମିଳିପାରେ। ଛୋଟ ସିଲିଣ୍ଡରରେ କମ୍‌ ପରିମାଣର ଗ୍ୟାସ ଥିବାରୁ ନିଜ ଆବଶ୍ୟକତା ଓ ବଜେଟ ଅନୁଯାୟୀ ଏହାକୁ ବ୍ୟବହାର କରିବା ସହଜ ହୋଇଥାଏ।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ହୋଇଥିବା ଏକ ପୋଷ୍ଟ ଅନୁଯାୟୀ, କେନ୍ଦ୍ର ସରକାର ୨୦୨୬-୨୭ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY)ର ହିତାଧିକାରୀଙ୍କୁ ୧୪.୨ କିଲୋ ଘରୋଇ LPG ସିଲିଣ୍ଡର ଉପରେ ମିଳୁଥିବା ୩୦୦ ଟଙ୍କାର ସବସିଡି ଜାରି ରଖିବାକୁ ଅନୁମୋଦନ କରିଛନ୍ତି।

୫ କିଲୋ ସିଲିଣ୍ଡର ପାଇଁ ମଧ୍ୟ ସବସିଡି ୧୪.୨ କିଲୋ ସିଲିଣ୍ଡର ଉପରେ ମିଳୁଥିବା ୩୦୦ ଟଙ୍କା ସବ୍ସିଡିର ଅନୁପାତ ଆଧାରରେ ନିର୍ଦ୍ଧାରଣ କରାଯିବ। ଅର୍ଥାତ୍‌ ଛୋଟ ସିଲିଣ୍ଡରର କ୍ଷମତା ଅନୁସାରେ ସବସିଡିର ପରିମାଣ ମଧ୍ୟ ଅନୁପାତିକ ଭାବେ ଧାର୍ଯ୍ୟ ହେବ। ୨୦୨୬-୨୭ ଆର୍ଥିକ ବର୍ଷରେ ଏହି ସବସିଡି ବାବଦରେ ସରକାର ମୋଟ ୧୨,୦୦୧ କୋଟି ଟଙ୍କା ଖର୍ଚ୍ଚ କରିବେ। ତେବେ ଏହି ସୁବିଧା ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY)ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?