କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ କାର୍ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଖବର ମୁତାବକ ରାତି ପ୍ରାୟ ୯ ଟାରେ ଚମ୍ପୁଆ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ରିମୁଳି ନିକଟରେ ଲୁହାପଥର ବୋଝେଇ ଏକ ଟ୍ରକ୍ ଏକ ବ୍ରିଜା କାରକୁ ଧକ୍କା ଦେଇଥିଲା। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟ କରିଥିବା ବେଳେ ଆହତ ମାନଙ୍କୁ ଚମୁଆ ଉପଖଣ୍ଡ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି।

ଦୁର୍ଘଟଣା ଏଭଳି ଜୋର୍ ଦାର ଥିଲା ଯେ ବ୍ରିଜା କାରଟି ଭାଙ୍ଗି ଚୁରମାର ହୋଇଯାଇଛି। ମୃତାହତଙ୍କୁ କଟର ସହାୟତାରେ ବାହାର କରିବାକୁ ପଡ଼ିଥିଲା। ପ୍ରକାଶ ଯେ ବ୍ରିଜା କାର ଟି ଯୋଡ଼ା ରୁ କେନ୍ଦୁଝର ଅଭିମୁଖେ ଆସୁଥିଲା। ଦୁଇ ଟ୍ରକ୍ ମଧ୍ୟରେ ଆସୁଥିବା ବେଳେ କାର୍ ଟି ପ୍ରଥମେ ଆଗ ଟ୍ରକ୍ ପଛରେ ଧକ୍କା ଦେଇଥିଲା। ଫଳରେ ପଛରୁ ଆସୁଥିବା ଟ୍ରକ୍ ଟି ବ୍ରିଜାର ପଛପଟୁ ପିଟିଥିଲା। ଫଳରେ ଗାଡ଼ିରେ ଥିବା ଡ୍ରାଇଭର ସମେତ ଛଅ ଜଣଙ୍କ ମୃତ୍ୟୁ ଘଟିଛି।

ବ୍ରିଜା ନମ୍ୱର ଓଡି ୦୨/ଏ ୱାଇ/ ୭୮୬୦ ବଡ଼ବିଲ ଥାନା ସେରେଣ୍ଡା ଅଞ୍ଚଳର ବୋଲି ଜଣାପଡିଛି। ଦୁର୍ଘଟଣାରେ ଚାରିଜଣ ମହିଳା, ଦୁଇ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ପରିଚୟ ମିଳିନାହିଁ। ଦୁର୍ଘଟଣା ପରେ ଆଗ ଟ୍ରକ୍ ଟି ଫେରାର ହୋଇ ଯାଇଥିବା ବେଳେ ପୋଲିସ ପଛ ଟ୍ରକ୍ କୁ ଜବତ କରି ରୀମୁଳି ଫାଣ୍ଡିକୁ ନେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?