ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି।

ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ସାଫଲ୍ୟ ମଣ୍ଡିତ ପ୍ରଧାନ, ପ୍ରଫୁଲ୍ଲ କୁମାର ସ୍ବାଇଁ, ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀ, ଦେବବ୍ରତ ସାହୁ, ସଦର ଏସ୍‌ଡିପିଓ ଦିଲୀପ ଦାସ, ବାଲୁଗାଁ ଏସ୍‌ଡିପିଓ ମାନସ ରଞ୍ଜନ ବାରିକଙ୍କ ସମେତ ସମସ୍ତ ଥାନାର ଅଧିକାରୀଙ୍କ ସହ ବିଭାଗୀୟ କର୍ମଚାରୀ ଉପସ୍ଥିତ ଅଛନ୍ତି। ଶୃଙ୍ଖଳିତ ଦୋଳ ଓ ଆତସବାଜି ଆୟୋଜନ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି।

ଦୋଳ ଉତ୍ସବ ଜିଲାର ବିଭିନ୍ନ ସ୍ଥାନରେ ଆଡ଼ମ୍ବର ସହକାରେ ପାଳନ କରାଯାଏ। ଏହି ସମୟରେ ଗାଁ ଗାଁ ମଧ୍ୟରେ ଆତସବାଜି ପ୍ରତିଯୋଗିତା ହୋଇଥାଏ। ସୋମବାର ଘଟଣା ପରେ ଜିଲା ପ୍ରଶାସନ ଏହାକୁ ଗୁରୁତର ସହ ନେଇଛି। ଉତ୍ସବରେ କୌଣସି ଆତସବାଜି ପଟୁଆର ହୋଇପାରିବ ନାହିଁ। ଏପରି କି ବାଣ ପ୍ରସ୍ତୁତିକୁ ଅନୁମତି ଦିଆଯିବ ନାହିଁ। ବେଆଇନ ଭାବେ ଚାଲିଥିବା ବାଣ ଗୋଦାମ ଉପରେ ଚଢାଉ କରାଯିବ। କେବଳ ଯାଚନା, ମାନସିକ ବାଣ ଫୁଟାଇପାରିବେ। ବାଣ ଫୁଟାଇବା ଲାଗି ଗାଁଠାରୁ ଦୂର ଖୋଲାସ୍ଥାନରେ ଆୟୋଜନ କରାଯିବ। ବାଣ ଫୁଟାଇବା ସ୍ଥାନ ଚାରିପଟ ଡବଲ ବ୍ୟାରିକେଡ୍‌, ପର୍ଯ୍ୟାପ୍ତ ମାତ୍ରାରେ ବାଲିବସ୍ତା, ପାଣି ବ୍ୟବସ୍ଥା କରିବାକୁ ବୈଠକରେ କୁହାଯାଇଛି। ଏ ନେଇ ଆୟୋଜକ କମିଟି ପୋଲିସ ଓ ପ୍ରଶାସନକୁ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ପୂର୍ବରୁ ଅବଗତ କରାଇବ। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଉପସ୍ଥିତ ରହିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri