୫ କି.ମି. କାନ୍ଧରେ ବୁହାଗଲା ମୃତଦେହ

ଫୁଲବାଣୀ ଅଫିସ, ୧୬ା୧୧: କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ ବୁହାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ଦେବେଶ୍ୱର କହଁର(୬୦)ଙ୍କ ମୃତଦେହକୁ କୋକେଇରେ ରଖି କାନ୍ଧରେ ନିଜ ଗ୍ରାମ ଫୁଲବାଣୀ ବ୍ଲକ ତୁଡ଼ିପାଜୁ ପଞ୍ଚାୟତ ତାଡପଙ୍ଗା ଗ୍ରାମ ଶ୍ମଶାନକୁ ଆଣି ଅନ୍ତିମ ସଂସ୍କାର କରାଯାଇଛି। ମୃତଦେହକୁ ଆଣିବା ବେଳେ ଦୁଇଟି ନଦୀ, ୩ଟି ପାହାଡ଼ ମଧ୍ୟ ଅତିକ୍ରମ କରିବାକୁ ପଡ଼ିଛି।
ତାଡ଼ପଙ୍ଗା ଗ୍ରାମର ଦେବେଶ୍ୱରଙ୍କୁ ସୋମବାର ହଠାତ ପକ୍ଷାଘାତ ହୋଇଥିଲା ା ପରିବାର ଲୋକେ ତାଙ୍କୁ ୫ କି.ମି. ଭାରରେ କାନ୍ଧେଇ ଡକାଙ୍ଗି ଯାଏ ଆଣିଥିଲେ। ସେଠାରୁ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା ା ମଙ୍ଗଳବାର ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଆମ୍ବୁଲାନ୍ସ ଯୋଗେ ମୃତଦେହକୁ ଫୁଲବାଣୀ ଆଇଟିଆଇ ପାଖ ରାସ୍ତା ଦେଇ ପ୍ରାୟ ୨୦ କି.ମି. ରାସ୍ତା ଅତିକ୍ରମ କରି ଡକାଙ୍ଗି ପର୍ଯ୍ୟନ୍ତ ଅଣାଯାଇଥିଲା ା ସେଠାରୁ ଆଉ ଗାଁକୁ ରାସ୍ତା ନ ଥିବାରୁ ଲୋକେ କୋକେଇରେ ୫ କି.ମି. କାନ୍ଧେଇ ଗ୍ରାମକୁ ନେଇଥିଲୋ କେବଳ ମୃତଦେହ ନୁହେଁ ଗର୍ଭବତୀଙ୍କୁ ମେଡିକାଲ ଆଣିବା ପାଇଁ ମଧ୍ୟ ଭାରରେ ନେବାକୁ ପଡୁଛିା ଗାଁରୁ ୫/୬ କି.ମି ଭାରରେ ଆସିବା ପରେ ଆମ୍ବୁଲାନ୍ସ ମିଳିଥାଏ ା ସବୁବେଳେ ଏପରି ସମ୍ଭବ ହେଉ ନ ଥିବାରୁ ବାଟରେ ପ୍ରସବ ହୋଇଥାଏ। ପ୍ରସୂତି ଏବଂ ନବଜାତକଙ୍କ ଜୀବନ ପ୍ରତି ବିପଦ ରହିଥାଏ।
ଏପରି ଅନେକ ଘଟଣା ଘଟୁଛି ା ରାସ୍ତା ପାଇଁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ ସୁଫଳ ମିଳୁନି ବୋଲି ପୂର୍ବତନ ସରପଞ୍ଚ ମୃତ୍ୟୁଞ୍ଜୟ କହଁର, ଚକ୍ରଧର ମଲ୍ଲିକ, ଜାନକୀ
କହଁର ପ୍ରମୁଖ ପ୍ରକାଶ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri