ଦିନକରେ ୫ ଲକ୍ଷ କୋଟିର ଅଧିକ ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୮।୭: (ଅଭୟ ଦାଶ): ଗତ କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। କାରଣ କ୍ରମାଗତ ଭାବେ ପୁଞ୍ଜି ବଜାରରେ ନିବେଶ ବୃଦ୍ଧି ଘଟିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ସୋମବାର ଭାରତୀୟ ପୁଞ୍ଜି ବଜାରରେ ୫ ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ (ଶେୟାର) ବୃଦ୍ଧି ପାଇଛି। ଫଳରେ ନିବେଶକ କମ୍ପାନୀଗୁଡିକ ଦିନକରେ ପ୍ରାୟ ୫.୦୭ ଲକ୍ଷ କୋଟି ଟଙ୍କାର ନିବେଶ ଯୋଡ଼ି ପାରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁଲାଇ ୧୭ରେ ବିଏସଇର ପଞ୍ଜୀକୃତ କମ୍ପାନୀଗୁଡିକର ମୋଟ ବଜାର ପୁଞ୍ଜି ପ୍ରାୟ ୫.୦୭ ଲକ୍ଷ କୋଟି ଟଙ୍କା ବଢି ୩୦୩.୫୯ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରିକି ଗତ ସପ୍ତାହର ଶେଷ କାର୍ଯ୍ୟଦିବସର କାରବାରରେ ଏହାର ପରିମାଣ ୨୯୮.୫୨ ଲକ୍ଷ କୋଟି ଟଙ୍କା ଥିଲା। ପ୍ରଥମ ଦିନର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ସେନସେକ୍ସ ୫୨୯.୦୩ ଅଙ୍କ ଅର୍ଥାତ ୦.୮୦% ବଢି ୬୬,୫୮୯.୯୩ ଅଙ୍କରେ ବନ୍ଦ ହୋଇଥିବାବେଳେ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି ୫୦ ଶେୟାର ବିଶିଷ୍ଟ ସୂଚକାଙ୍କ ୧୪୬.୯୫ ଅଙ୍କ ବା ୦.୭୫% ବୃଦ୍ଧି ପାଇ ୧୯,୭୧୧.୪୫ ଅଙ୍କରେ ବନ୍ଦ ହୋଇଛି। ଅପରପକ୍ଷରେ ସେନସେକ୍ସ ଏବଂ ନିଫ୍ଟିର ରେକର୍ଡ ଅଭିବୃଦ୍ଧି ଯୋଗୁ ବ୍ୟାଙ୍କିଂ କ୍ଷେତ୍ରରେ ନିବେଶକଙ୍କ ଉତ୍ସାହ ଏବଂ ବିଦେଶୀ ନିବେଶକଙ୍କ ଦ୍ୱାରା ନିବେଶ ବଢାଇବା ଫଳରେ ବଜାରର ଦୁଇ ପ୍ରମୁଖ ସୂଚକାଙ୍କର ସର୍ବକାଳୀନ ନୂତନ ରେକର୍ଡ ସହ କାରବାର ଉଚ୍ଚ ସ୍ତରରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ସେନସେକ୍ସ ପ୍ରଥମ ଥର ପାଇଁ ୬୭,୦୦୦ ଅଙ୍କର ନିକଟବର୍ତ୍ତୀ ହୋଇଥିବାବେଳେ ନିଫ୍ଟି ମଧ୍ୟ ପ୍ରଥମ ଥର ପାଇଁ ୨୦,୦୦୦ ଅଙ୍କ ନିକଟରେ ପହଞ୍ଚତ୍ଛି। ବିଶେଷ କରି ସୋମବାରର ଏହି ରେକର୍ଡ ସ୍ତରର ବୃଦ୍ଧି ଯୋଗୁ ଶେୟାର ବଜାରର ନିବେଶକଙ୍କ ସମ୍ପତ୍ତି ୫.୦୭ ଲକ୍ଷ କୋଟି ଟଙ୍କା ବଢିଛି। ଏପରିକି ନିବେଶକଙ୍କ ମଧ୍ୟରେ ଅଧିକ ବୃଦ୍ଧି ବ୍ୟାଙ୍କିଂ, ଫାଇନାନସିଆଲ୍‌, ଫାର୍ମା ଏବଂ ଆଇଟି କ୍ଷେତ୍ରର ଶେୟାରରେ ଦେଖିବାକୁ ମିଳୁଛି। ଅପରପକ୍ଷରେ ବିଏସଇର ମିଡକ୍ୟାପ୍‌ ଏବଂ ସ୍ମଲକ୍ୟାପ୍‌ ସୂଚକାଙ୍କ ଯଥାକ୍ରମେ ୦.୨୯% ଏବଂ ୦.୮୫ % ବୃଦ୍ଧି ପାଇ ପ୍ରଥମ ଦିନର କାରବାର ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?