ଦିବାଲୋକରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୬୦ ହଜାର ଟଙ୍କା ଲୁଟ୍‌

ବେତନଟୀ,୧୭।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଆଗ୍ରିଆ ପଞ୍ଚାୟତ ଡାଙ୍ଗିରିପୁରା ଗ୍ରାମରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ଆଗ୍ରିଆ-ନଡ଼ପୁର ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘର ଝରକା ଗ୍ରିଲ ଭାଙ୍ଗି କେତେଜଣ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସୁନାଗହଣା ସମେତ ନଗଦ ଟଙ୍କା ଓ ଦାମୀ ଲୁଗାପଟା ଦିନ ଦ୍ୱିପ୍ରହରରେ ଲୁଟ୍‌ କରିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଡାଙ୍ଗିରିପୁରା ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ମନୋଜ କୁମାର ମହାନ୍ତି ତାଙ୍କ ସ୍ତ୍ରୀ ଓ ସାନ ଝିଅଙ୍କ ସହିତ ସୋମବାର ପୂର୍ବାହ୍ନ ୧୦ଟାରେ ବେତନଟୀ ସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିରକୁ ଯାଇଥିଲେ। ମଧ୍ୟାହ୍ନରେ ପୂଜା ସାରି ଘରକୁ ଫେରିବା ପରେ ଗ୍ରିଲ ତାଲା ଖୋଲି ଘର ଭିତରକୁ ପଶିବା ବେଳକୁ ଘର ଭିତର ପଟୁ ଲକ୍‌ ହୋଇଥିବା ଦେଖିବାକୁ ପାଇଥିଲେ। ପ୍ରଥମେ ସେ କିଛି ବୁଝି ନ ପାରି କବାଟ ଭିତର ଲକ୍‌ ଖୋଲିବା ପାଇଁ ପାଖ କାଠ ମିସ୍ତ୍ରୀକୁ ଡାକିଥିଲେ। ସେତିକିବେଳେ ସେ ସନ୍ଦେହ କରି ଘର ପଛ ପଟକୁ ଯାଇଥିଲେ। ହେଲେ ତାଙ୍କ ଶୋଇବା ଘର ପଛପଟ ଝରକା ଗ୍ରିଲ ଭାଙ୍ଗାଯାଇ ତଳେ ଥୁଆ ହୋଇଥିବା ଦେଖିଥିଲେ। ଘର ଭିତରକୁ ଯାଇ ଦେଖିଲା ବେଳକୁ ଦୁର୍ବୁତ୍ତମାନେ ଆଲମିରା ଭାଙ୍ଗି ୫ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ୬୦ ହଜାର ଟଙ୍କା ଏବଂ କିଛି ନୂଆ ଲୁଗା ଲୁଟି ନେଇଥିବା ସେ ଜାଣିବାକୁ ପାଇଥିଲେ। ଏହାପରେ ସେ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଖବର ପାଇ ବୈଶିଙ୍ଗା ଥାନା ଅଧିକାରୀ ପ୍ରଭାଂଶୁ ଶେଖର ମିଶ୍ର, ଏଏସ୍‌ଆଇ ଭାବଗ୍ରାହୀ ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ସହ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri