୫ ଲକ୍ଷ ଟଙ୍କାର ମୋବାଇଲ ଚୋରି କରିନେଲେ ଦୁର୍ବୃତ୍ତ

ମୁନିଗୁଡ଼ା,୧୯ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ରୋଡ୍‌ ହନୁମାନ ବଜାରରେ ବୁଧବାର ରାତିରେ ଗୋଟିଏ ମୋବାଇଲ ଦୋକାନ ଉପର ଟିଣ ଭାଙ୍ଗି ପ୍ରାୟ ୫ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଥିବା ଜଣାପଡ଼ିଛି ।  ବିଭିନ୍ନ ନାମୀଦାମୀ କମ୍ପାନୀର ମୋବାଇଲ ସହ କିଛି ମୋବାଇଲ ସାମଗ୍ରୀ ଏହି ଦୋକାନରେ ବିକ୍ରି ହେଉଥିବା ଜଣାପଡ଼ିଛି। ଗୁରୁବାର ସକାଳୁ ଖବର ପାଇ ମୁନିଗୁଡ଼ା ଏସ୍‌ଡିିପିଓ ଆକାଶ ଚନ୍ଦ୍ର ସାହୁ , ଏସ୍‌ଆଇ ଏ.କେ. ବିଶୋୟୀ, କନଷ୍ଟେବଳ ଶ୍ରୀନିବାସ ଦଳାଇ, ଏ.କେ.ଟି ଶବର, ସନ୍ତୋଷ ଶବରଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆଖପାଖ ଦୋକାନରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରି ତଦନ୍ତ କରିବା ସହ ତନାଘନା ଆରମ୍ଭ କରିଛନ୍ତି। ତେବେ ସେହି ସ୍ଥାନରେ ଲାଗିଥିବା ଗୋଟିଏ ସିସି କ୍ୟାମେରାକୁ ଦୁର୍ବୃତ୍ତମାନେ ଗତି ବଦଳାଇ ଦେଇଥିବା ଜଣାପଡ଼ିଛି l ଶୀଘ୍ର ଯାଞ୍ଚ କରି ଚୋରିରେ ସାମିଲ ଥିବା ଦୁର୍ବୃତ୍ତମାନଙ୍କୁ ଗିରଫ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri