୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଭିଜିଲାନ୍ସ ବିଭାଗ ନିକଟରେ ଅଭିଯୋଗ କରିଛନ୍ତି। ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାର ଗ୍ରାମାଞ୍ଚଳରେ ସମନ୍ବିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ (ଆଇଟିଡିଏ) ପକ୍ଷରୁ ଉନ୍ନୟନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଛି ା
୨୦୨୦-୨୧ଆର୍ଥିକ ବର୍ଷରେ ବାରିପଦା ବିଧାୟକ ପ୍ରକାଶ ସୋରେନ ନିଜ ହାତପାଣ୍ଠିରୁ ୫ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ବାରିପଦା ଆଇଟିଡିିଏ ଦ୍ୱାରା ଏହାକୁ ଅନୁମୋଦନ କରାଯାଇ ୱାର୍ଡ ନଂ. ୨୭ରେ ଥିବା କଚ୍ଚା ସଡ଼କ କଂକ୍ରିଟ ସଡ଼କରେ ରୂପାନ୍ତରିତ ହୋଇଥିଲା ା ୨୦୨୧ ଅକ୍ଟୋବର ୧୩ତାରିଖରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦ତାରିଖରେ ସମ୍ପୂର୍ଣ୍ଣ ହୋଇଥିଲା। ତେବେ ନିମ୍ନମାନର କାମ ଯୋଗୁ ଏହି ରାସ୍ତା ଏବେ ନଷ୍ଟ ହୋଇ ଗାତ ସୃଷ୍ଟି ହୋଇଥିବା ଉକ୍ତ ୱାର୍ଡର ଲୋକନାଥ ସିଂ, ଶମ୍ଭୁନାଥ ଦେହୁରୀ ଅଭିଯୋଗ କରିଛନ୍ତି। ବର୍ଷା ଋତୁରେ ରାସ୍ତାଟି ଖାଲଖମାରେ ପରିଣତ ହୋଇଯିବ ବୋଲି ବିଜୟ ମୁର୍ମୁ, ସୃଷ୍ଟିଧର ମହାନ୍ତ ଓ କଳ୍ପନା ଦିଗାର କହିିଛନ୍ତି। ଏ ସମ୍ପର୍କରେ ଆଇଟିଡିିଏର ପ୍ରକଳ୍ପ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ତଦନ୍ତ ଆରମ୍ଭ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିବା କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲାା ତଦନ୍ତରେ ଅନିୟମିତତା ପ୍ରମାଣିତ ହେଲେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଟିଡିିଏର ପ୍ରକଳ୍ପ ଅଧିକାରୀ ସେଠୀ କହିଛନ୍ତି ା ତେବେ କାର୍ଯ୍ୟ ଚାଲୁଥିବା ସମୟରେ ଅଧିକାରୀମାନେ କାର୍ଯ୍ୟସ୍ଥଳୀକୁ ଯାଇ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ତେବେ ଉକ୍ତ କାର୍ଯ୍ୟକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସହକାରୀ ନିର୍ବାହୀ ଯନ୍ତ୍ରୀ ଗଣପତି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri