୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଭିଜିଲାନ୍ସ ବିଭାଗ ନିକଟରେ ଅଭିଯୋଗ କରିଛନ୍ତି। ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାର ଗ୍ରାମାଞ୍ଚଳରେ ସମନ୍ବିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ (ଆଇଟିଡିଏ) ପକ୍ଷରୁ ଉନ୍ନୟନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଛି ା
୨୦୨୦-୨୧ଆର୍ଥିକ ବର୍ଷରେ ବାରିପଦା ବିଧାୟକ ପ୍ରକାଶ ସୋରେନ ନିଜ ହାତପାଣ୍ଠିରୁ ୫ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ବାରିପଦା ଆଇଟିଡିିଏ ଦ୍ୱାରା ଏହାକୁ ଅନୁମୋଦନ କରାଯାଇ ୱାର୍ଡ ନଂ. ୨୭ରେ ଥିବା କଚ୍ଚା ସଡ଼କ କଂକ୍ରିଟ ସଡ଼କରେ ରୂପାନ୍ତରିତ ହୋଇଥିଲା ା ୨୦୨୧ ଅକ୍ଟୋବର ୧୩ତାରିଖରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦ତାରିଖରେ ସମ୍ପୂର୍ଣ୍ଣ ହୋଇଥିଲା। ତେବେ ନିମ୍ନମାନର କାମ ଯୋଗୁ ଏହି ରାସ୍ତା ଏବେ ନଷ୍ଟ ହୋଇ ଗାତ ସୃଷ୍ଟି ହୋଇଥିବା ଉକ୍ତ ୱାର୍ଡର ଲୋକନାଥ ସିଂ, ଶମ୍ଭୁନାଥ ଦେହୁରୀ ଅଭିଯୋଗ କରିଛନ୍ତି। ବର୍ଷା ଋତୁରେ ରାସ୍ତାଟି ଖାଲଖମାରେ ପରିଣତ ହୋଇଯିବ ବୋଲି ବିଜୟ ମୁର୍ମୁ, ସୃଷ୍ଟିଧର ମହାନ୍ତ ଓ କଳ୍ପନା ଦିଗାର କହିିଛନ୍ତି। ଏ ସମ୍ପର୍କରେ ଆଇଟିଡିିଏର ପ୍ରକଳ୍ପ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ତଦନ୍ତ ଆରମ୍ଭ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିବା କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲାା ତଦନ୍ତରେ ଅନିୟମିତତା ପ୍ରମାଣିତ ହେଲେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଟିଡିିଏର ପ୍ରକଳ୍ପ ଅଧିକାରୀ ସେଠୀ କହିଛନ୍ତି ା ତେବେ କାର୍ଯ୍ୟ ଚାଲୁଥିବା ସମୟରେ ଅଧିକାରୀମାନେ କାର୍ଯ୍ୟସ୍ଥଳୀକୁ ଯାଇ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ତେବେ ଉକ୍ତ କାର୍ଯ୍ୟକୁ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସହକାରୀ ନିର୍ବାହୀ ଯନ୍ତ୍ରୀ ଗଣପତି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri