ବ୍ରଜରାଜନଗର,୧୯।୨(ଡି.ଏନ.ଏ.): ବେଆଇନ ଭାବେ ମାଟି ଓ ମୋରମ ଉତ୍ତୋଳନ କରୁଥିବା ବଂଶଲ ଇନ୍ଫ୍ରା ପ୍ରୋଜେକ୍ଟସ ଲିମିଟେଡକୁ ଝାରସୁଗୁଡା ଉପଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁ ୫ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ ଝାରସୁଗୁଡ଼ା ତହସିଲ ଅନ୍ତର୍ଗତ ପଞ୍ଚପଡ଼ା ଓ ଲହଣ୍ଡାବୁଡ଼ ରାସ୍ତା ପାର୍ଶ୍ୱରୁ ବେଆଇନ ଭାବେ ମାଟି ଉତ୍ତୋଳନ କରି ଜିଲାର ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା। ଉପଜିଲାପାଳ ସ୍ବାଇଁ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇବା ପରେ ଶୁକ୍ରବାର ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ମାଟି ଚାଲାଣ କରୁଥିବା ଦୁଇଗୋଟି ହାଇୱାକୁ ଧରିଥିଲେ। ଅନୁସନ୍ଧାନ ବେଳେ ପ୍ରସନ୍ନ ପଣ୍ଡା ଛକରେ ଓଭରବ୍ରିଜ ନିର୍ମାଣ ଓ ରାସ୍ତା ପ୍ରଶସ୍ତୀକରଣ କାମର ଟେଣ୍ଡର ନେଇଥିବା ବଂଶଲ ଇନ୍ଫ୍ରା ଏହି କାମ କରୁଥିବା ଜଣାପଡ଼ିଥିଲା। ତେବେ ଭୁଲ କାର୍ଯ୍ୟକୁ ପ୍ରୋତ୍ସାହନ ଦିଆଯାଉଥିବା ହେତୁ ଏ ନେଇ ଏକ ମାମଲା ରୁଜୁ କରି ୫ଲକ୍ଷ ଟଙ୍କା ଜରିମାନା ଆଦାୟ କରିବାକୁ ଝାରସୁଗୁଡ଼ା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତା’ଛଡ଼ା ପଞ୍ଚପଡ଼ା ଓ ଲହଣ୍ଡାବୁଡ଼ ରାସ୍ତାରୁ ମୋଟ କେତେ ମାଟି ଓ ମୋରମ ଚୋରା ଚାଲାଣ ହୋଇଛି ତାହାର ଉଚିତ ଆକଳନ ତହସିଲଦାର ଓ ଖଣି ବିଭାଗ ୩ଦିନ ଭିତରେ କରିବା ପାଇଁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି। ଏହାସହ ଏଚ୍. କଟାପାଲି ଓ ଏକାତାଲି ମଣ୍ଡଳର ରାଜସ୍ବ ନିରୀକ୍ଷକଙ୍କୁ ଜବାବ ତଲବ ସହ ମାଟି ମାଫିଆଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ତହସିଲଦାରଙ୍କୁ କହିଛନ୍ତି। ମାଟି ମାଫିଆଙ୍କୁ ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବା ପାଇଁ ଉପଜିଲାପାଳ ଚେତାବନୀ ଦେବା ସହ ଆଗକୁ କ୍ରମାଗତ ଭାବେ ଏଭଳି ଧରପଗଡ଼ ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି।
Posted inHome Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ...
କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…
ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...
Archives


