ଲଘୁ ଖଣିଜ ଚାଲାଣ ବେଳେ ଚଢ଼ାଉ: ୫ଲକ୍ଷ ଜରିମାନା

ବ୍ରଜରାଜନଗର,୧୯।୨(ଡି.ଏନ.ଏ.): ବେଆଇନ ଭାବେ ମାଟି ଓ ମୋରମ ଉତ୍ତୋଳନ କରୁଥିବା ବଂଶଲ ଇନ୍‌ଫ୍ରା ପ୍ରୋଜେକ୍ଟସ ଲିମିଟେଡକୁ ଝାରସୁଗୁଡା ଉପଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁ ୫ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ ଝାରସୁଗୁଡ଼ା ତହସିଲ ଅନ୍ତର୍ଗତ ପଞ୍ଚପଡ଼ା ଓ ଲହଣ୍ଡାବୁଡ଼ ରାସ୍ତା ପାର୍ଶ୍ୱରୁ ବେଆଇନ ଭାବେ ମାଟି ଉତ୍ତୋଳନ କରି ଜିଲାର ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା। ଉପଜିଲାପାଳ ସ୍ବାଇଁ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇବା ପରେ ଶୁକ୍ରବାର ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ମାଟି ଚାଲାଣ କରୁଥିବା ଦୁଇଗୋଟି ହାଇୱାକୁ ଧରିଥିଲେ। ଅନୁସନ୍ଧାନ ବେଳେ ପ୍ରସନ୍ନ ପଣ୍ଡା ଛକରେ ଓଭରବ୍ରିଜ ନିର୍ମାଣ ଓ ରାସ୍ତା ପ୍ରଶସ୍ତୀକରଣ କାମର ଟେଣ୍ଡର ନେଇଥିବା ବଂଶଲ ଇନ୍‌ଫ୍ରା ଏହି କାମ କରୁଥିବା ଜଣାପଡ଼ିଥିଲା। ତେବେ ଭୁଲ କାର୍ଯ୍ୟକୁ ପ୍ରୋତ୍ସାହନ ଦିଆଯାଉଥିବା ହେତୁ ଏ ନେଇ ଏକ ମାମଲା ରୁଜୁ କରି ୫ଲକ୍ଷ ଟଙ୍କା ଜରିମାନା ଆଦାୟ କରିବାକୁ ଝାରସୁଗୁଡ଼ା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତା’ଛଡ଼ା ପଞ୍ଚପଡ଼ା ଓ ଲହଣ୍ଡାବୁଡ଼ ରାସ୍ତାରୁ ମୋଟ କେତେ ମାଟି ଓ ମୋରମ ଚୋରା ଚାଲାଣ ହୋଇଛି ତାହାର ଉଚିତ ଆକଳନ ତହସିଲଦାର ଓ ଖଣି ବିଭାଗ ୩ଦିନ ଭିତରେ କରିବା ପାଇଁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି। ଏହାସହ ଏଚ୍‌. କଟାପାଲି ଓ ଏକାତାଲି ମଣ୍ଡଳର ରାଜସ୍ବ ନିରୀକ୍ଷକଙ୍କୁ ଜବାବ ତଲବ ସହ ମାଟି ମାଫିଆଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ତହସିଲଦାରଙ୍କୁ କହିଛନ୍ତି। ମାଟି ମାଫିଆଙ୍କୁ ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବା ପାଇଁ ଉପଜିଲାପାଳ ଚେତାବନୀ ଦେବା ସହ ଆଗକୁ କ୍ରମାଗତ ଭାବେ ଏଭଳି ଧରପଗଡ଼ ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri