ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ 

କଟକ, ୨୫ା୩(ଶିଳ୍ପା ପ୍ରିୟଦର୍ଶିନୀ)- କଟକ ବାଦାମବାଡ଼ିସ୍ଥିତ ବିକାଶ ନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ମାଲଗୋଦାମର ମସଲା ବ୍ୟବସାୟୀ ନିରଞ୍ଜନ ଗୋଏଙ୍କା। ତାଙ୍କ ଡ୍ରାଇଭରଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ମାଡ଼ ମାରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।
ସୂଚନା ଅନୁଯାୟୀ, ରାତିରେ ନିରଞ୍ଜନ ମାଲଗୋଦାମରୁ ଗୋଦାମ ବନ୍ଦ କରି ଗାଡ଼ି ଯୋଗେ ଡ୍ରାଇଭରଙ୍କ ସହ ବାଦାମବାଡ଼ି ଥାନା ଅନ୍ତର୍ଗତ ବିକାଶଭବନ ନିକଟ କୌସ୍ତୁଭ ଟାୱାରରେ ଥିବା ତାଙ୍କ ଘରକୁ ଯାଇଥିଲେ। ଆପାର୍ଟମେଣ୍ଟରେ ପହଞ୍ଚି ପ୍ରଥମ ମହଲାରେ ଥିବା ତାଙ୍କ ଘରକୁ ଯାଉଥିଲେ।
ଏହି ସମୟରେ ଘର ଶିଢ଼ି ପାହାଚ ନିକଟରେ ଦୁର୍ବୃତ୍ତ ଦଳ ତାଙ୍କୁ ବନ୍ଧୁକ ଦେଖାଇ ଆକ୍ରମଣ କରିଥିଲେ। ଏଥିସହ ତାଙ୍କ ପାଖରେ ଥିବା ୫ ଲକ୍ଷ ଟଙ୍କା ଲୁଟିନେଇଥିଲେ। ନିକଟରେ ଥିବା ତାଙ୍କ ଗାଡ଼ି ଡ୍ରାଇଭର ଦୌଡ଼ିଯାଇ ଦୁର୍ବୃତ୍ତମାନଙ୍କୁ ବାଧା ଦେବାକୁ ଚେଷ୍ଟା କରିବାରୁ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ।
ଖବର ପାଇ ବାଦାମବାଡ଼ି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୋଲିସ ଉକ୍ତ ସ୍ଥାନରେ ଲାଗିଥିବା ସିସିଟିଭି କ୍ୟାମେରାର ଫୁଟେଜ ଜବତ କରିବା ସହ ସମ୍ପୃକ୍ତ ଆପାର୍ଟମେଣ୍ଟର ସିକ୍ୟୁରିଟି ଗାର୍ଡ ଏବଂ ଅନ୍ୟ ୨ଜଣ ବ୍ୟକ୍ତିଙ୍କ ବୟାନ ରେକର୍ଡ କରିଛି। ସିସିଟିଭି ଫୁଟେଜ ଆଧାରରେ ଦୁର୍ବୃତ୍ତମାନଙ୍କୁ ଠାବ କରିବାକୁ ପୋଲିସ ପ୍ରୟାସ ଜାରି ରଖିଛି। ନିରଞ୍ଜନଙ୍କୁ ମାଲଗୋଦାମରୁ ଦୁର୍ବୃତ୍ତମାନେ ପିଛା କରିଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri