ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ 

କଟକ, ୨୫ା୩(ଶିଳ୍ପା ପ୍ରିୟଦର୍ଶିନୀ)- କଟକ ବାଦାମବାଡ଼ିସ୍ଥିତ ବିକାଶ ନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ମାଲଗୋଦାମର ମସଲା ବ୍ୟବସାୟୀ ନିରଞ୍ଜନ ଗୋଏଙ୍କା। ତାଙ୍କ ଡ୍ରାଇଭରଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ମାଡ଼ ମାରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।
ସୂଚନା ଅନୁଯାୟୀ, ରାତିରେ ନିରଞ୍ଜନ ମାଲଗୋଦାମରୁ ଗୋଦାମ ବନ୍ଦ କରି ଗାଡ଼ି ଯୋଗେ ଡ୍ରାଇଭରଙ୍କ ସହ ବାଦାମବାଡ଼ି ଥାନା ଅନ୍ତର୍ଗତ ବିକାଶଭବନ ନିକଟ କୌସ୍ତୁଭ ଟାୱାରରେ ଥିବା ତାଙ୍କ ଘରକୁ ଯାଇଥିଲେ। ଆପାର୍ଟମେଣ୍ଟରେ ପହଞ୍ଚି ପ୍ରଥମ ମହଲାରେ ଥିବା ତାଙ୍କ ଘରକୁ ଯାଉଥିଲେ।
ଏହି ସମୟରେ ଘର ଶିଢ଼ି ପାହାଚ ନିକଟରେ ଦୁର୍ବୃତ୍ତ ଦଳ ତାଙ୍କୁ ବନ୍ଧୁକ ଦେଖାଇ ଆକ୍ରମଣ କରିଥିଲେ। ଏଥିସହ ତାଙ୍କ ପାଖରେ ଥିବା ୫ ଲକ୍ଷ ଟଙ୍କା ଲୁଟିନେଇଥିଲେ। ନିକଟରେ ଥିବା ତାଙ୍କ ଗାଡ଼ି ଡ୍ରାଇଭର ଦୌଡ଼ିଯାଇ ଦୁର୍ବୃତ୍ତମାନଙ୍କୁ ବାଧା ଦେବାକୁ ଚେଷ୍ଟା କରିବାରୁ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ।
ଖବର ପାଇ ବାଦାମବାଡ଼ି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଆହତ ଦ୍ୱୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୋଲିସ ଉକ୍ତ ସ୍ଥାନରେ ଲାଗିଥିବା ସିସିଟିଭି କ୍ୟାମେରାର ଫୁଟେଜ ଜବତ କରିବା ସହ ସମ୍ପୃକ୍ତ ଆପାର୍ଟମେଣ୍ଟର ସିକ୍ୟୁରିଟି ଗାର୍ଡ ଏବଂ ଅନ୍ୟ ୨ଜଣ ବ୍ୟକ୍ତିଙ୍କ ବୟାନ ରେକର୍ଡ କରିଛି। ସିସିଟିଭି ଫୁଟେଜ ଆଧାରରେ ଦୁର୍ବୃତ୍ତମାନଙ୍କୁ ଠାବ କରିବାକୁ ପୋଲିସ ପ୍ରୟାସ ଜାରି ରଖିଛି। ନିରଞ୍ଜନଙ୍କୁ ମାଲଗୋଦାମରୁ ଦୁର୍ବୃତ୍ତମାନେ ପିଛା କରିଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri