ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର: ପ୍ରତି ପଞ୍ଚାୟତକୁ ୫ ଲକ୍ଷ

ଭୁବନେଶ୍ୱର,୧୦।୭ (ଅନୀଲ ଦାସ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ପଞ୍ଚାୟତିରାଜ ବିଭାଗରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଆମା ଗାଁ ଆମ ବିକାଶର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆରମ୍ଭ କରିଛନ୍ତି । ଗ୍ରାମାଞ୍ଚଳର ଭିତ୍ତିଭୂମି ବୃଦ୍ଧିକୁ ତ୍ୱରାନୱିତ କରିବା ସହିତ ରାଜ୍ୟର ସମୃଦ୍ଧ ଜଗନ୍ନାଥ ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ବଞ୍ଚାଇ ରଖିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ରହିଛି।
ସେହିପରି ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମାଗଣାରେ ଜମି ଯୋଗାଇ ଦିଆଯିବ। ୮ ଏକର ମାଗଣା ଜମି ଯୋଗାଇ ଦିଆଯିବ। କୁଇ ଭାଷାକୁ ସମ୍ବିଧାନରେ ସ୍ଥାନ ଦେବାକୁ ସୁପାରିସ କରାଯିବ। କେନ୍ଦ୍ରକୁ ସୁପାରିସ ପାଇଁ ପ୍ରସ୍ତାବରେ ଅନୁମୋଦନ କରାଯାଇଛି।ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମାଧ୍ୟମରେ ଓଡ଼ିଶାର ଐତିହ୍ୟ ଏବଂ ସାଂସ୍କୃତିକ ଭିତ୍ତିଭୂମି ବିକାଶ, ପ୍ରାଥମିକ ଶିକ୍ଷା ଉନ୍ନତିକରଣ, ମହିଳା, ଯୁବକ ସଶକ୍ତିକରଣ ହାସଲ କରିବା ନିମନ୍ତେ ଭିତ୍ତିଭୂମିର ବିକାଶ, ଯୁବକମାନଙ୍କ ପାଇଁ କ୍ରୀଡା ସୁବିଧା, ବ୍ୟାଙ୍କିଙ୍ଗ ସେବା ତଥା ଡିଜିଟାଲ ସେବା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମିର ଉନ୍ନତିକରଣ ଇତ୍ୟାଦି ପ୍ରସ୍ତାବ ଗ୍ରହଣ କରାଯିବ ।
ଉକ୍ତ ଯୋଜନା ଅଧିନରେ ଆର୍ଥିକ ବର୍ଷ ୨୦୨୩ -୨୪ ପାଇଁ ଟଙ୍କା ୪ହଜାର କୋଟି ବ୍ୟୟବରାଦ କରାଯାଇଛି । ପ୍ରତ୍ୟେକ ଗ୍ରାମପଞ୍ଚାୟତ ପାଇଁ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ପାଇପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri