ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୧୮।୧: ବର୍ଷ ଆରମ୍ଭରୁ ପୁଣି ଚିତ୍ରକୋଣ୍ଡା ପୋଲିସକୁ ଆଉ ଏକ ସଫଳତା ମିଳିଛି। ରବିବାର ବିଳମ୍ବିତ ରାତିରେ ଚିତ୍ରକୋଣ୍ଡା ପୋଲିସ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ୯ କୁଇଣ୍ଟାଲ ଗଞ୍ଜେଇ ସହ ଗୋଟିଏ ବୋଲେରୋ ପିକ୍‌ଅପ୍‌ ଭ୍ୟାନକୁ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ପଣଷଗନ୍ଧି ଗ୍ରାମର ଲେବିଓ ପାଙ୍ଗିଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ପୋଲିସ ତାଙ୍କଠାରୁ ନଗଦ ୧୨୦୦ ଟଙ୍କା, ମୋବାଇଲ ଫୋନ, ଅନ୍ୟାନ୍ୟ କାଗଜପତ୍ର ଜବତ କରିଛି।
ଚିତ୍ରକୋଣ୍ଡା ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ କହିବା ମୁତାବକ, ରବିବାର ରାତିରେ ଚିତ୍ରକୋଣ୍ଡା ପୋଲିସ କର୍ମଚାରୀ ପାଟ୍ରୋଲିଂ କରୁଥିଲେ। ସେତିକିବେଳେ ବନଗୁରୁ-ରେଖାପାଲି ରାସ୍ତାରେ ଏକ ବୋଲେରୋ ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଆର୨୪ବି-୦୯୧୪) ଯାଉଥିଲା। ଗାଡିକୁ ଅଟକାଇ ପୋଲିସ କର୍ମଚାରୀମାନେ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଗାଡିରେ ୩୦ଟି ବ୍ୟାଗରେ ଗଞ୍ଜେଇ ଥିବା ଜଣାପଡିଥିଲା। ଏହାର ଓଜନ ୯ କୁଇଣ୍ଟାଲ ହୋଇଥିବା ବେଳେ ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଥାନା ଅଧିକାରୀ ନାୟକ କହିଛନ୍ତି। ପୋଲିସ ତଦନ୍ତ ପରେ ଗଞ୍ଜେଇ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ଜାଣିବାକୁ ପାଇଛି। ଏନେଇ ଚିତ୍ରକୋଣ୍ଡା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍‌ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ

ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri