ପ୍ରତ୍ୟେକ ହକି ଖେଳାଳିଙ୍କୁ ମିଳିବ ୫ ଲକ୍ଷ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରତ୍ୟେକ ଖେଳାଳି ଏବଂ ଦଳର ଅନ୍ୟ ସହଯୋଗୀଙ୍କ ପାଇଁ ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି। ପଦକ ଗ୍ରହଣ ଉତ୍ସବ ପରେ ମୁଖ୍ୟମନ୍ତ୍ରୀ ଭିଡିଓ କଲ୍‌ ମାଧ୍ୟମରେ ଟିମ୍‌ର ଖେଳାଳିମାନଙ୍କ ସହିତ କଥା ହୋଇ ଏହି ବିଜୟ ପାଇଁ ବ୍ୟକ୍ତିଗତ ଭାବେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ହକି ଦଳକୁ ହୃଦୟରୁ ଅଭିନନ୍ଦନ ଜଣାଉଛି।

ସେମାନଙ୍କ ଉତ୍ସର୍ଗୀକୃତ ଅବଦାନ ଓ କଠିନ ପରିଶ୍ରମ ପ୍ରମାଣ କରିଛି ଯେ ହକି ହେଉଛି ଦେଶର ପ୍ରକୃତ ଖେଳ। ଏହା ଜାତୀୟବୋଧ ଉତ୍ସାହକୁ ଆହୁରି ବୃଦ୍ଧି କରିଛି। ଆସନ୍ତା ବର୍ଷ ପ୍ୟାରିସରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ସର୍ବୋତ୍କୃଷ୍ଟ ପ୍ରସ୍ତୁତି କରିବାକୁ ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ହକି ଟିମ୍‌ର ଖେଳାଳିମାନେ ଚାମ୍ପିୟନ ଭାବେ ସମଗ୍ର ଟୁର୍ନାମେଣ୍ଟରେ ପ୍ରଦର୍ଶନ କରିଛନ୍ତି । ଏହି ସମୟରେ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ରହି ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଭାରତୀୟ ହକି ଟିମ୍‌ ୨୦୧୪ରେ ପାକିସ୍ତାନକୁ ହରାଇ ଏସିଆ କପ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିଲା। ୯ ବର୍ଷ ଅପେକ୍ଷା ପରେ ପୁଣି ଥରେ ଦଳ ସ୍ବର୍ଣ୍ଣିମ ଇତିହାସ ରଚନା କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ହୋଇଥିବା ବେଳେ ଦୁଇଟି ବିଶ୍ୱକପ୍‌ ଟୁର୍ନାମେଣ୍ଟ ପାଇଁ ସହାୟତା କରି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri