ପ୍ରତ୍ୟେକ ହକି ଖେଳାଳିଙ୍କୁ ମିଳିବ ୫ ଲକ୍ଷ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରତ୍ୟେକ ଖେଳାଳି ଏବଂ ଦଳର ଅନ୍ୟ ସହଯୋଗୀଙ୍କ ପାଇଁ ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି। ପଦକ ଗ୍ରହଣ ଉତ୍ସବ ପରେ ମୁଖ୍ୟମନ୍ତ୍ରୀ ଭିଡିଓ କଲ୍‌ ମାଧ୍ୟମରେ ଟିମ୍‌ର ଖେଳାଳିମାନଙ୍କ ସହିତ କଥା ହୋଇ ଏହି ବିଜୟ ପାଇଁ ବ୍ୟକ୍ତିଗତ ଭାବେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ହକି ଦଳକୁ ହୃଦୟରୁ ଅଭିନନ୍ଦନ ଜଣାଉଛି।

ସେମାନଙ୍କ ଉତ୍ସର୍ଗୀକୃତ ଅବଦାନ ଓ କଠିନ ପରିଶ୍ରମ ପ୍ରମାଣ କରିଛି ଯେ ହକି ହେଉଛି ଦେଶର ପ୍ରକୃତ ଖେଳ। ଏହା ଜାତୀୟବୋଧ ଉତ୍ସାହକୁ ଆହୁରି ବୃଦ୍ଧି କରିଛି। ଆସନ୍ତା ବର୍ଷ ପ୍ୟାରିସରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ସର୍ବୋତ୍କୃଷ୍ଟ ପ୍ରସ୍ତୁତି କରିବାକୁ ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ହକି ଟିମ୍‌ର ଖେଳାଳିମାନେ ଚାମ୍ପିୟନ ଭାବେ ସମଗ୍ର ଟୁର୍ନାମେଣ୍ଟରେ ପ୍ରଦର୍ଶନ କରିଛନ୍ତି । ଏହି ସମୟରେ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ରହି ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଭାରତୀୟ ହକି ଟିମ୍‌ ୨୦୧୪ରେ ପାକିସ୍ତାନକୁ ହରାଇ ଏସିଆ କପ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିଲା। ୯ ବର୍ଷ ଅପେକ୍ଷା ପରେ ପୁଣି ଥରେ ଦଳ ସ୍ବର୍ଣ୍ଣିମ ଇତିହାସ ରଚନା କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ହୋଇଥିବା ବେଳେ ଦୁଇଟି ବିଶ୍ୱକପ୍‌ ଟୁର୍ନାମେଣ୍ଟ ପାଇଁ ସହାୟତା କରି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri