ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ

ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍‌ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୫ଜଣ କଏଦୀଙ୍କୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା କଏଦମାନେ ହେଲେ ଚାନ୍ଦବାଲି ଥାନା ଅନ୍ତର୍ଗତ କଟିଆ ଓରଫ ବିଶ୍ବଜୟ ପଣ୍ଡା(୬୪), ପିଣ୍ଟୁ ଓରଫ ଚନ୍ଦ୍ର ଶେଖର ପଣ୍ଡା(୫୪), ପଞ୍ଚାନନ ବଳ(୭୨), ଭଦ୍ରକ ଗ୍ରାମାଞ୍ଚଳ ଥାନା ଅର୍ନ୍ତଗତ ବାଉଦପୁର ଗ୍ରାମର ସନାତନ ଜେନା(୪୬) ଓ ଭଣ୍ଡାରିପୋଖରୀ ଥାନା ସରସଦା ଗ୍ରାମର କରୁଣାକର ଅରଖ(୫୦)। ଏମାନେ ସମସ୍ତେ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲ ଦଣ୍ଡ ଭୋଗୁଥିଲେ। ଭଦ୍ରକ ଅତିରିକ୍ତ ଜିଲା ଜଜଙ୍କ ଆଦେଶକୁ ସେମାନେ ଚ୍ୟାଲେଞ୍ଜ କରି ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଥିଲା। ଏହାପରେ ସେମାନେ ଜେଲ୍‌ ଦଣ୍ଡ ଭୋଗୁଥିଲେ। ସୂଚନାଯୋଗ୍ୟ, ଚଶାଖଣ୍ଡ ଗ୍ରାମର ଏକ ରାଜନୈତିକ ଗଣ୍ଡଗୋଳରେ ୧୯୮୮ରେ ସଦେଇ ଦାସ ନାମକ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ କଟିଆ, ପିଣ୍ଟୁ, ପଞ୍ଚାନନ ଦୋଷୀ ସାବ୍ୟସ୍ତ ହୋଇଥିଲେ। ସେହିପରି ୨୦୦୦ରେ ଭଦ୍ରକ ସହରାଞ୍ଚଳ ଅଧିନସ୍ତ ଜଗନ୍ନାଥପୁର ମାଧିଆ ଡାକୁଆଙ୍କୁ ସନାତନ ଓ ତାଙ୍କର ସହଯୋଗୀ କରୁଣାକର ଅରଖ ତାଙ୍କର ପତ୍ନୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ରାଜ୍ୟ ସରକାରଙ୍କର ଏକ ଉଚ୍ଚସ୍ତରୀୟ କମିଟି ଆଜୀବନ ଜେଲ୍‌ ଭୋଗୁଥିବା କଏଦୀମାନଙ୍କ ବ୍ୟବହାରିକ ପରିବର୍ତ୍ତନକୁ ଉପଲବ୍ଧି କରି ସେମାନଙ୍କ ଦଣ୍ଡ କୋହଳ କରିବାକୁ ନିଷ୍ପତ୍ତି ନେଇଥାନ୍ତି। ଯାହାଦ୍ୱାରା ସମାଜର ମୁଖ୍ୟ ସ୍ରୋତରେ ସେମାନଙ୍କୁ ପୁଣି ଥରେ ସାମିଲ କରାଯାଇପାରିବ। ତେବେ ମଙ୍ଗଳବାର ଜେଲ୍‌ ଆଇଜିଙ୍କ ନିର୍ଦ୍ଦେଶ ମୁତାବକ ବୁଧବାର ସେମାନଙ୍କୁ ମୁକ୍ତ କରିଥିବା ଜେଲ ଅଧିକ୍ଷକ କୁଅଁର ମାରାଣ୍ଡି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri