ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ଙ୍କୁ ପୁରସ୍କାରରେ ମିଳିଲା ‘୫ ଲିଟର ପେଟ୍ରୋଲ’, ଫଟୋ ଭାଇରାଲ ପରେ ଲୋକେ କହିଲେ…

ନୂଆଦିଲ୍ଲୀ,୨।୩: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛି ରାଜ୍ୟରେ ପେଟ୍ରୋଲ ଦାମ ଲିଟର ପ୍ରତି ୧୦୦ ଟଙ୍କା ହୋଇସାରିଛି। ଏହା ସାଧାରଣଜନତା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧି ଦଳମାନେ ସମାଲୋଚନା କରୁଛନ୍ତି। ଏହି ସମୟରେ ମଧ୍ୟପ୍ରଦେଶର ଭୋପାଳରେ ଏକ ଆଶ୍ଚର୍ଯ୍ୟକର ଘଟଣା ଘଟିଛି। ଏଠାରେ ଏକ କ୍ରିକେଟ ଟୁର୍ନାମେଣ୍ଟରେ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ହୋଇଥିବା ଖେଳାଳିଙ୍କୁ ପୁରସ୍କାରସ୍ବରୂପ ୫ ଲିଟର ଦିଆଯାଇଛି। ଏହାର ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି।

ପେଟ୍ରୋଲ ଭର୍ତ୍ତି ଥିବା ଡବାରେ ‘ମନୋଜ ଶୁକ୍ଳା ପ୍ରିମିୟର ଲିଗ୍‌, ମୋଦି ବ୍ରାଣ୍ଡର ଦୁର୍ଲଭ ପେଟ୍ରୋଲ, ୫ ଲିଟରର ମୂଲ୍ୟ ୫୧୦ଟଙ୍କା ମ୍ୟାନ୍‌ ଅଫ ଦ ମ୍ୟାଚ୍‌’ବୋଲି ଲେଖାଯାଇଛି। ତେବେ ଟୁର୍ନାମେଣ୍ଟକୁ ଭୋପାଳ କଂଗ୍ରେସର ନେତା ମନୋଜ ଶୁକ୍ଳା ଆୟୋଜନ କରିଥିବା ଜଣାପଡ଼ିଛି। ଏହାର ଫାଇନାଲ ମୁକାବିଲା ରବିବାର ଖେଳାଯାଇଥିଲା। ସଲାଉଦ୍ଦିନ ଅବ୍ବାସୀ ଏଥିରେ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ହୋଇଥିଲେ। ଏବେ ତାଙ୍କର ଫଟୋ ଭାଇରାଲ ପରେ ଲୋକେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। କିଛି ମୋଦି ସରକାରଙ୍କୁ ସମାଲୋଚନା କରୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?