ଗୁଳି ବିନିମୟ ବେଳେ ୫ ମାଓବାଦୀଙ୍କୁ ଧରିଲା ପୋଲିସ

ମାଲକାନଗିରି,୨୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ଛତ୍ରଭଙ୍ଗ ଦେଉଥିବା ମାଓବାଦୀମାନଙ୍କ ମଧ୍ୟରୁ ପୋଲିସ ୫ ଜଣଙ୍କୁ କାବୁ କରିଛି। ପୋଲିସ ଗୁଳିରେ ୫ରୁ ଊର୍ଦ୍ଧ୍ୱ ମାଓବାଦୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି।
କୋଟାଲେନ୍ଦ୍ର ଜଙ୍ଗଲ ନିକଟରେ ଥାଇ ମାଓବାଦୀମାନେ କୌଣସି ଏକ ବଡ଼ଧରଣର ଅଘଟଣ ଘଟାଇବାକୁ ୩୦ ନମ୍ବର ଜାତୀୟ ରାଜପଥରେ ଆସିବା ପାଇଁ ପ୍ରସ୍ତୁତି ଚଳାଇଥିବା ପୋଲିସକୁ ସୂଚନା ମିଳିଥିଲା। ଏହାପରେ ସୁକମା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶରେ ଏରାବୋର ଥାନା ଇନ୍‌ଚାର୍ଜ ଇନ୍ସପେକ୍ଟର ବୀରେନ୍ଦ୍ର ସିଂ ଏବଂ କୋଣ୍ଟା ଥାନା ଇନ୍‌ଚାର୍ଜ ଇନ୍ସପେକ୍ଟର ଶିବାନନ୍ଦ ସିଂଙ୍କ ନେତୃତ୍ୱରେ ଉଭୟ ଥାନା ପୋଲିସ ଏବଂ ଡିଆର୍‌ଜି ବାହିନୀ ପକ୍ଷରୁ କୋମ୍ବିଂ ଅପରେଶନ ହୋଇଥିଲା । ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଦୀର୍ଘ ସମୟ ଗୁଳିବିନିମୟ ହୋଇଥିଲା। ଯବାନଙ୍କ ସାମ୍ନା କରି ନ ପାରି ମାଓବାଦୀମାନେ ଜଙ୍ଗଲ ଆଡକୁ ପଳାଇ ଯାଇଥିଲେ। ଏହି ସମୟରେ ସୁରକ୍ଷା ବାହିନୀ ୫ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri