Posted inଜାତୀୟ

ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ

ଅହମଦାବାଦ,୧୨।୬: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପରିକି ଦୁର୍ଘଟଣାରେ ୫ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ଜଣ UG ଡାକ୍ତରୀ ଛାତ୍ର ହୋଇଥିବା ବେଳେ ଜଣେ PG ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ କିଛି ଡାକ୍ତରୀ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ମଧ୍ୟାହ୍ନ ଭୋଜନ କରିବା ବେଳେ ଛାତରେ ବିମାନଟି ଖସି ପଡିଥିଲା।

କମିଶନର ଜିଏସ୍‌ ମଲିକ କହିଛନ୍ତି, ବିମାନ ଦୁର୍ଘଟଣାରୁ କେହି ବଞ୍ଚି ନାହାଁନ୍ତି ବୋଲି ମନେ ହେଉଛି। ସେ କହିଛନ୍ତି, ବିମାନଟି ଆବାସିକ ଅଞ୍ଚଳ ବିଜେ ମେଡିକାଲ କଲେଜ ହଷ୍ଟେଲ ଉପରେ ପଡ଼ିଥିବା ଫଟୋ ସାମ୍ନାକୁ ଆସିଥିବା ପ୍ରକାଶ କରିଛନ୍ତି।

ବର୍ତ୍ତମାନ, NDRFର ୩ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଏହା ବ୍ୟତୀତ NDRFର ଦୁଇଟି ଟିମ ଭଦୋଦରାରୁ ଅହମ୍ମଦାବାଦ ଅଭିମୁଖେ ଯାତ୍ରା କରିଛନ୍ତି। ଅହମ୍ମଦାବାଦର ସିଭିଲ ହସ୍ପିଟାଲ ପର୍ଯ୍ୟନ୍ତ ଏକ ଗ୍ରିନ କରିଡର ସୃଷ୍ଟି କରାଯାଇଛି। ଆହତମାନଙ୍କୁ ସେଠାରେ ଭର୍ତ୍ତି କରାଯାଉଛି। ଅହମ୍ମଦାବାଦର ମ୍ୟୁନିସିପାଲ କମିଶନର ଏବଂ ପୋଲିସ କମିଶନର ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri