Posted inଜାତୀୟ

ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ

ଅହମଦାବାଦ,୧୨।୬: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପରିକି ଦୁର୍ଘଟଣାରେ ୫ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ଜଣ UG ଡାକ୍ତରୀ ଛାତ୍ର ହୋଇଥିବା ବେଳେ ଜଣେ PG ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ କିଛି ଡାକ୍ତରୀ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ମଧ୍ୟାହ୍ନ ଭୋଜନ କରିବା ବେଳେ ଛାତରେ ବିମାନଟି ଖସି ପଡିଥିଲା।

କମିଶନର ଜିଏସ୍‌ ମଲିକ କହିଛନ୍ତି, ବିମାନ ଦୁର୍ଘଟଣାରୁ କେହି ବଞ୍ଚି ନାହାଁନ୍ତି ବୋଲି ମନେ ହେଉଛି। ସେ କହିଛନ୍ତି, ବିମାନଟି ଆବାସିକ ଅଞ୍ଚଳ ବିଜେ ମେଡିକାଲ କଲେଜ ହଷ୍ଟେଲ ଉପରେ ପଡ଼ିଥିବା ଫଟୋ ସାମ୍ନାକୁ ଆସିଥିବା ପ୍ରକାଶ କରିଛନ୍ତି।

ବର୍ତ୍ତମାନ, NDRFର ୩ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଏହା ବ୍ୟତୀତ NDRFର ଦୁଇଟି ଟିମ ଭଦୋଦରାରୁ ଅହମ୍ମଦାବାଦ ଅଭିମୁଖେ ଯାତ୍ରା କରିଛନ୍ତି। ଅହମ୍ମଦାବାଦର ସିଭିଲ ହସ୍ପିଟାଲ ପର୍ଯ୍ୟନ୍ତ ଏକ ଗ୍ରିନ କରିଡର ସୃଷ୍ଟି କରାଯାଇଛି। ଆହତମାନଙ୍କୁ ସେଠାରେ ଭର୍ତ୍ତି କରାଯାଉଛି। ଅହମ୍ମଦାବାଦର ମ୍ୟୁନିସିପାଲ କମିଶନର ଏବଂ ପୋଲିସ କମିଶନର ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?