ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର ଏମ୍‌ଡି ଅର୍‌ବାଜ୍‌ ଓରଫ ମଙ୍ଗୁଲୁ (୨୨), ସରିଫ୍‌ ଖାନ୍‌ ଓରଫ ଚିଣ୍ଟୁ (୨୦), ଦୀପ୍ତିରଞ୍ଜନ ଭୁଜବଳ ଓରଫ ପିଣ୍ଟୁ (୨୫), ଏସ୍‌କେ ଇସ୍ତାକ୍‌ ଅହମ୍ମଦ ଓରଫ ସାକିଲ୍‌ (୨୨) ଓ ସୁମନ୍ତ ପାତ୍ର ଓରଫ କାହ୍ନୁ (୨୯)। ସେମାନଙ୍କଠାରୁ ୫ଟି ବୋମା, ୩ଟି ବାଇକ, ଗୋଟିଏ ସ୍କର୍ପିଓ, ଖଣ୍ଡା, ଲୁହାରଡ ଓ ମୋବାଇଲ ଆଦି ଜବତ ହୋଇଛି। ଏନେଇ ଗୁରୁବାର ପୋଲିସ ଏକ ମାମଲା (ନଂ.୧୨୮/୨୦୨୪) ରୁଜୁ କରି ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନ ମିଳିବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ନାମରେ ଜଟଣୀ ସମେତ ବିଭିନ୍ନ ଥାନାରେ ବହୁ ମାମଲା ରହିଥିବା ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୁଧବାର ବିଳମ୍ବିତ ରାତି ପ୍ରାୟ ୧ଟା ୧୦ରେ ବେଣାପଞ୍ଜରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ନିକଟ ଏକ ଶୂନ୍‌ଶାନ୍‌ ସ୍ଥାନରେ ଅଭିଯୁକ୍ତମାନେ ଏକତ୍ର ହୋଇ ଡକାୟତି ଯୋଜନା କରୁଥିଲେ। ଖୋର୍ଦ୍ଧା, ଜଟଣୀ, ପିପିଲି ଅଞ୍ଚଳରୁ ଆସୁଥିବା ମାଲ୍‌ ବୋଝେଇ ଟ୍ରକ୍‌କୁ ଅଟକାଇ ଡକାୟତି କରିବାକୁ ଆଲୋଚନା କରୁଥିଲେ। ଏନେଇ ଜଟଣୀ ଥାନା ଏସ୍‌ଆଇ ସସ୍ମିତା ସାହୁ ଖବର ପାଇ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ଚଢ଼ାଉ କରିଥିଲେ। ପୋଲିସକୁ ଦେଖି ଅଭିଯୁକ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ହେଲେ ପୋଲିସ ଟିମ୍‌ ଘେରିଯାଇ ସମସ୍ତଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri