ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀ ଅଞ୍ଚଳର ଏମ୍‌ଡି ଅର୍‌ବାଜ୍‌ ଓରଫ ମଙ୍ଗୁଲୁ (୨୨), ସରିଫ୍‌ ଖାନ୍‌ ଓରଫ ଚିଣ୍ଟୁ (୨୦), ଦୀପ୍ତିରଞ୍ଜନ ଭୁଜବଳ ଓରଫ ପିଣ୍ଟୁ (୨୫), ଏସ୍‌କେ ଇସ୍ତାକ୍‌ ଅହମ୍ମଦ ଓରଫ ସାକିଲ୍‌ (୨୨) ଓ ସୁମନ୍ତ ପାତ୍ର ଓରଫ କାହ୍ନୁ (୨୯)। ସେମାନଙ୍କଠାରୁ ୫ଟି ବୋମା, ୩ଟି ବାଇକ, ଗୋଟିଏ ସ୍କର୍ପିଓ, ଖଣ୍ଡା, ଲୁହାରଡ ଓ ମୋବାଇଲ ଆଦି ଜବତ ହୋଇଛି। ଏନେଇ ଗୁରୁବାର ପୋଲିସ ଏକ ମାମଲା (ନଂ.୧୨୮/୨୦୨୪) ରୁଜୁ କରି ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନ ମିଳିବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ନାମରେ ଜଟଣୀ ସମେତ ବିଭିନ୍ନ ଥାନାରେ ବହୁ ମାମଲା ରହିଥିବା ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୁଧବାର ବିଳମ୍ବିତ ରାତି ପ୍ରାୟ ୧ଟା ୧୦ରେ ବେଣାପଞ୍ଜରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ନିକଟ ଏକ ଶୂନ୍‌ଶାନ୍‌ ସ୍ଥାନରେ ଅଭିଯୁକ୍ତମାନେ ଏକତ୍ର ହୋଇ ଡକାୟତି ଯୋଜନା କରୁଥିଲେ। ଖୋର୍ଦ୍ଧା, ଜଟଣୀ, ପିପିଲି ଅଞ୍ଚଳରୁ ଆସୁଥିବା ମାଲ୍‌ ବୋଝେଇ ଟ୍ରକ୍‌କୁ ଅଟକାଇ ଡକାୟତି କରିବାକୁ ଆଲୋଚନା କରୁଥିଲେ। ଏନେଇ ଜଟଣୀ ଥାନା ଏସ୍‌ଆଇ ସସ୍ମିତା ସାହୁ ଖବର ପାଇ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ଚଢ଼ାଉ କରିଥିଲେ। ପୋଲିସକୁ ଦେଖି ଅଭିଯୁକ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ହେଲେ ପୋଲିସ ଟିମ୍‌ ଘେରିଯାଇ ସମସ୍ତଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri