Posted inଜାତୀୟ

ସୁଧୀର ସୁରୀ ହତ୍ୟାକାଣ୍ଡର ତଦନ୍ତ କରିବ ୫ ଜଣିଆ ଏସ୍‌ଆଇଟି ଟିମ୍‌

ଅମୃତସର,୭।୧୧: ଅମୃତସରରେ ଶିବସେନା ନେତା ସୁଧୀର ସୁରୀଙ୍କ ହତ୍ୟା ଘଟଣାର ଯାଞ୍ଚ ପାଇଁ ପଞ୍ଜାବ ପୋଲିସର ଏକ ୫ ଜଣିଆ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରାଯାଇଛି। ଡେପୁଟି କମିଶନର ପୋଲିସ (ଡିଟେକ୍ଟିଭ) ଜଗ୍‌ଜିତ୍‌ ସିଂ ୱାଲିଆଙ୍କ ନେତୃତ୍ୱରେ ଏହି ଟିମ୍‌ ପରିଚାଳିତ ହେବ। ଅନ୍ୟ ସଦସ୍ୟମାନେ ହେଲେ ଅତିରିକ୍ତ ଡେପୁଟି କମିଶନର ପ୍ରଭୋଜିତ୍‌ ସିଂ ଭିର୍କ, ଅଭିମନ୍ୟୁ ରାଣା, ସିଆଇଏ ଦାୟିତ୍ୱରେ ଥିବା ଅମୃତଦୀପ ସିଂ ଏବଂ ଆଣ୍ଟି ଗ୍ୟାଙ୍ଗ୍‌ଷ୍ଟର ଷ୍ଟାଫ୍‌ ୱିଙ୍ଗ୍‌ ଦାୟିତ୍ୱରେ ଥିବା ଶିବଦର୍ଶନ ସିଂ, ଏଡିଜିପି (ଆଭ୍ୟନ୍ତରୀଣ ସୁରକ୍ଷା) ଆର୍‌.ଏନ୍‌. ଧୋକେ ଯାଞ୍ଚ କମିଟିରେ ରହିଥିବା ପୋଲିସ କମିଶନର ଅରୁଣ ପାଲ ସିଂ ଏହି ସୂଚନା ଦେଇଛନ୍ତି।

ଏପରିକି ଏସ୍‌ଆଇଟିର ପ୍ରାଥମିକ ଅନୁସନ୍ଧାନ ପରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ)କୁ ମଧ୍ୟ ମାମଲା ହସ୍ତାନ୍ତର ହେବା ସମ୍ଭାବନା ରହିଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ରବିବାର ଶିବସେନା ନେତା ସୁଧୀର ସୁରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପ୍ରବଳ ଜନସମାଗମ ଯୋଗୁ ସୁରୀଙ୍କ ଅନ୍ତିମ ଯାତ୍ରା ଶେଷକୃତ୍ୟ ସ୍ଥଳରେ ପହଞ୍ଚତ୍ବାକୁ ଦେଢ଼ଘଣ୍ଟା ସମୟ ଲାଗିଯାଇଥିଲା।

ସୂଚନାଯୋଗ୍ୟ, ଶୁକ୍ରବାର ଅମୃତସରର ଗୋପାଳ ମନ୍ଦିର ନିକଟରେ ସୁରୀଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଘଟଣାସ୍ଥଳରୁ ଅଭିଯୁକ୍ତ ସନ୍ଦୀପ ସିଂ ଓରଫ୍‌ ସନ୍ନୀଙ୍କୁ ପୋଲିସ ଗିରଫ କରିଥିଲା। ପୋଲିସ ତାଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ନେଇଛି। ଏହି ହତ୍ୟାକାଣ୍ଡ ପାଇଁ କାନାଡାର ଗ୍ୟାଙ୍ଗ୍‌ଷ୍ଟର ଲଖବୀର ସିଂ ଛଦ୍ମନାମ ଲଣ୍ଡା ହରିକା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri