Posted inଜାତୀୟ

ଗୋଟିଏ ବାଇକ୍‌ରେ ଆସୁଥିଲେ ପରିବାରର ୫ ସଦସ୍ୟ, ସମସ୍ତଙ୍କର ମୃତ୍ୟୁ

ପ୍ରୟାଗରାଜ, ୨୪।୬: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି । ସଂପର୍କୀୟଙ୍କ ବାହାଘର ସାରି ଫୋରୁଥିବା ବେଳେ ଟ୍ରକ୍‌ ଧକ୍କା ଦେବାରୁ ୫ଜଣଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଏହି ଘଟଣା ଉତ୍ତର ପ୍ରଦେଶର ପ୍ରୟାଗରାଜ ଅଞ୍ଚଳରେ ଘଟିଛି ।

ଜୌନପୁରରେ ରହୁଥିବା ଏକ ପରିବାର ବାହାଘର ସାରି ବାଇକ୍‌ ଯୋଗେ ପ୍ରୟାଗରାଜର ସରାୟମରେଜ୍‌ କୁ ଫେରୁଥିଲେ । ବାଇକ୍‌ରେ ପରିବାରର ସମସ୍ତ ୫ ଜଣ ସଦସ୍ୟ ଥିଲେ । ମଝି ରାସ୍ତାରେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ବାଇକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମା, ସ଼୍ବାମୀ-ସ୍ତ୍ରୀ ଏବଂ ତାଙ୍କର ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଯାଇଛି ।

ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ୍‌ ସେଠାରେ ପହଞ୍ଚିବା ସହିତ ମୃତଦେହଗୁଡ଼ିକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ସହ ଡ୍ରାଇଭରକୁ ପୋଲିସ୍‌ ନିଜ ହେପାଜତକୁ ନେଇ ପଚରାଉଚରା କରୁଛି । ତେବେ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ଜିଲା ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଅନ୍ତିମ ସଂସ୍କାର ତ଼୍ବରାନ଼୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri