୫ ମହାନଗର ନିଗମ ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟର ୫ ମହାନଗର ନିଗମରେ ବାସ କରୁଥିବା ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ମିଳିବ। ଓଡ଼ିଶା ମହାନଗର ନିଗମ ଅଧିନିୟମ, ୨୦୦୩ରେ ସଂଶୋଧନ କରାଯାଇ ମହାନଗର ନିଗମର ବସ୍ତି ବାସିନ୍ଦାମାନଙ୍କୁ ମଧ୍ୟ ଭୂମି ଅଧିକାର ଦେବା ସକାଶେ ପୌର ନିଗମ(ସଂଶୋଧନ) ବିଲ୍‌-୨୦୨୨କୁ ବିଧାନସଭାରେ ପାରିତ କରାଯାଇଛି। ଏଥିରେ ୪୫ ବର୍ଗମିଟର ପର୍ଯ୍ୟନ୍ତ ଭୂମି ବସ୍ତି ବାସିନ୍ଦାଙ୍କ ପରିବାରକୁ ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ଯଦି ବସ୍ତି ବାସିନ୍ଦା ଅର୍ଥନୈତିକ ଦୁର୍ବଳ ଶ୍ରେଣୀର ବ୍ୟକ୍ତି ହୋଇଥାନ୍ତି, ତେବେ ତାଙ୍କୁ ୩୦ ବର୍ଗମିଟର ପର୍ଯ୍ୟନ୍ତ ଭୂମି ବିନା ମୂଲ୍ୟରେ ଯୋଗାଇ ଦିଆଯିବ। ଯଦି ବସ୍ତି ବାସିନ୍ଦାଙ୍କ ପରିବାର ୩୦ ବର୍ଗମିଟରରୁ କମ୍‌ ଦଖଲ କରୁଥାନ୍ତି ଏବଂ ବାସଗୃହ ସଂଲଗ୍ନରେ ଖାଲି ସରକାରୀ ଭୂମି ଉପଲବ୍ଧ ଥାଏ, ତେବେ ଉକ୍ତ ଭୂମିକୁ ମିଶାଇ ୩୦ ବର୍ଗମିଟର ପାଇଁ ଭୂମି ଅଧିକାର ମଞ୍ଜୁର କରିବାକୁ ପ୍ରସ୍ତାବ ରହିଛି। ଏହାଦ୍ୱାରା ୫ ଗୋଟି ପୌର ନିଗମ କ୍ଷେତ୍ରରେ ବସବାସ କରୁଥିବା ପ୍ରାୟ ୨,୪୦,୦୦୦ ପରିବାରର ପାଖାପାଖି ୯,୭୦,୦୦୦ ଲୋକ ଉପକୃତ ହୋଇପାରିବେ।
ମଙ୍ଗଳବାର ବିଧାନସଭାରେ ୪ଟି ବିଲ୍‌ ପାରିତ ହୋଇଛି। ସେହି ବିଲ୍‌ଗୁଡ଼ିକ ହେଲା, ଓଡ଼ିଶା ପୌର ବିଧି (ସଂଶୋଧନ) ବିଲ୍‌ ୨୦୨୨, ଶ୍ରୀଜଗନ୍ନାଥ ମନ୍ଦିର (ସଂଶୋଧନ) ବିଲ୍‌ ୨୦୨୨ ଏବଂ ଓଡ଼ିଶା ପଞ୍ଚାୟତ ବିଧି(ସଂଶୋଧନ) ବିଲ୍‌ ୨୦୨୨। ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଉକ୍ତ ବିଲ୍‌ଗୁଡ଼ିକୁ ବିଧାନସଭାର ଅନୁମୋଦନ ପାଇଁ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri