ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷର ଜୀବନ ବୀମା

ପଣଜୀ, ୧୩।୯: ଏଣିକି ସ୍ବାସ୍ଥ୍ୟକର୍ମୀଙ୍କୁ ୫୦ ଲକ୍ଷ ଟଙ୍କାର ଜୀବନ ବୀମା ଯୋଗାଇ ଦିଆଯିବ। ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏନେଇ ରବିବାର ସୂଚନା ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣରେ ସ୍ବାସ୍ଥ୍ୟକର୍ମୀ ଆକ୍ରାନ୍ତଙ୍କ ସେବା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ତେବେ ସେମାନଙ୍କର ଜୀବନ ପ୍ରତି ବିପଦ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। କରୋନା ଯୋଦ୍ଧାଙ୍କ ଜୀବନ ବୀମା କରାଇବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ବୋଲି ରାଜ୍ୟ ସରକାର କହିଛନ୍ତି। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ବାସ୍ଥ୍ୟକର୍ମୀଙ୍କ ବୀମା କରାଯିବ। ଏହି ବୀମା ଯୋଜନାରେ ଡାକ୍ତର, ନର୍ସ, ପାରାମେଡିକାଲ କର୍ମଚାରୀ, ପରିମଳ କର୍ମୀ ଏବଂ ଅନ୍ୟମାନେ ସାମିଲ ହେବେ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ କରି ଜଣାଇଛନ୍ତି। କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଘରୋଇ ହସ୍ପିଟାଲ କର୍ମଚାରୀ ମଧ୍ୟ ଏହି ବୀମା ଯୋଜନାରେ ସାମିଲ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri