ବିଡିଓଙ୍କ ବିରୋଧରେ ଧାରଣାରେ ବସିଲେ ୫ ବିଧାୟକ

ଯାଜପୁର/ଧର୍ମଶାଳା/କାଏମା (ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି),୪ା୯:ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଓ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ମଧ୍ୟରେ କଳି ବଢ଼ିବାରେ ଲାଗିଛି। କଳାପଥର ଖାଦାନ ଲୁଟ, ସରକାରୀ ଜମି ଜବରଦଖଲ, କଳ୍ପତରୁଙ୍କ ପ୍ରତିମୂର୍ତ୍ତିରେ ଗେରୁଆ କପଡ଼ା ଢାଙ୍କିବା ପ୍ରସଙ୍ଗ ଠାରୁ ଆରମ୍ଭ କରି ଧର୍ମଶାଳା ବିଡିଓଙ୍କ ମନଇଚ୍ଛା କାର୍ଯ୍ୟ ବିରୋଧରେ ଅଭିଯୋଗ ମଧ୍ୟ ଏବେ ମୁଖ୍ୟ ପ୍ରସଙ୍ଗ ହୋଇଛି। ବିଡିଓଙ୍କ ଉପସ୍ଥିତିରେ ବିଜେଡି ଜନପ୍ରତିନିଧିଙ୍କୁ ଭାଜପା କର୍ମୀ ଗାଳିଗୁଲଜ କରିବା ପ୍ରତିବାଦରେ ମଙ୍ଗଳବାର ପ୍ରଣବଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏଥିରେ ୫ ଜଣ ବିଧାୟକ ସାମିଲ ହୋଇ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ବିଜେଡି ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ ଧର୍ମଶାଳାର ପୂର୍ବତନ ବିଧାୟକ କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିକୁ ଘୋଡ଼ାଇବା ଅଭିଯୋଗକୁ ନେଇ ଗତ ୨୮ ତାରିଖ ବିଜେଡିର ଜିଲା ପରିଷଦ ସଭ୍ୟଙ୍କ ସମେତ ସମିତିସଭ୍ୟ ଓ ସରପଞ୍ଚମାନେ ଧର୍ମଶାଳା ବିଡିଓଙ୍କୁ ଦାବିପତ୍ର ଦେବାକୁ ଯାଇଥିଲେ। ହେଲେ ବିଧାୟକ ହିମାଂଶୁଙ୍କ କେତେକ ସମର୍ଥକ ବିଡିଓଙ୍କ ଉପସ୍ଥିତିରେ ଏହି ପ୍ରତିନିଧିମାନଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ।
ଏହି ଘଟଣାକୁ ନେଇ ସେମାନେ ଯାଜପୁର ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ। ଜିଲାପାଳ ଏହାର ତଦନ୍ତ କରି ନ୍ୟାୟ ଦେବାପାଇଁ ୩ଦିନ ସମୟ ନେଇଥିଲେ। କିନ୍ତୁ ନିର୍ଦ୍ଧାରିତ ସମୟ ସୁଦ୍ଧା ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ୍‌, ଯାଜପୁର ବିଧାୟିକା ସୁଜାତା ସାହୁଙ୍କ ସମେତ ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ, ଜିଲା ପରିଷଦ ଅଧ୍ୟକ୍ଷା ନଳୀନିପ୍ରଭା ଜେନା ପ୍ରମୁଖ ଯୋଗ ଦେଇ ଧର୍ମଶାଳାରେ ସ୍ଥିତି ବିଗିଡ଼ି ଯାଇଥିବା କହିଛନ୍ତି। ଧର୍ମଶାଳା ବ୍ଲକରେ ବିଡିଓ ମନଇଚ୍ଛା କାର୍ଯ୍ୟ କରୁଥିବା ଓ ଜନପ୍ରତିନିଧିଙ୍କୁ ମାଡ଼ ମରାଯାଇଥିବା ଘଟଣାରେ ସେ ତାଙ୍କ ପଦବୀରୁ ଇସ୍ତଫା ଦିଅନ୍ତୁ କିମ୍ବା ତାଙ୍କୁ ଅନ୍ୟତ୍ର ବଦଳି କରାଯାଉ ବୋଲି କହି ଏମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ବିଜେଡି ରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ କହିଛନ୍ତି, ସେମିତି କିଛି ଘଟି ନ ଥିଲା। ଉକ୍ତ ଅଭିଯୋଗ ଉପରେ ଜିଲାପାଳ ତଦନ୍ତ କରୁଛନ୍ତି, ଯାହା ସେ ପଦକ୍ଷେପ ନେବେ।
ସେପଟେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ୨୦ ଜଣରୁ ଅଧିକ ବିଧାୟିକା ବିଧାୟକ ମୁଖ୍ୟ ଶାସନ ସଚିବଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ କରଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri