୫ ମାସର ପିଡିଏସ୍‌ ଚାଉଳ ହଡ଼ପ

ସିନାପାଲି,୧୩।୨(ଡି.ଏନ.ଏ.):ନୂଆପଡା ଜିଲା ଅନ୍ତର୍ଗତ ସିନାପାଲି ବ୍ଲକ ଖଇରପଦର ପଞ୍ଚାୟତରେ ପିଡିଏସ ଚାଉଳ ହଡପ ହୋଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ମିଶି ଚଞ୍ଚକତା କରିଥିବା ସୂଚନା ମିଳିଛି। ଏ ନେଇ ହିତାଧିକାରୀମାନେ ଉଭୟଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ଘେରି ଅଟକ ରଖିଥିବା ଜଣାପଡ଼ିଛି। ୫ ମାସର ଚାଉଳ ହିତାଧିକାରୀଙ୍କୁ ତୁରନ୍ତ ପ୍ରଦାନ କରା ନ ଗଲେ ବ୍ଲକ ଅଫିସ ସମ୍ମୁଖରେ ଧାରଣାରେ ବସି ଆନ୍ଦୋଳନ କରିବୁ ବୋଲି ହିତାଧିକାରୀମାନେ ଚେତାବନୀ ଦେଇଛନ୍ତି। ପ୍ରାପ୍ତ ଖବର ଅନୁସାରେ ଖଇରପଦର ପଞ୍ଚାୟତ ଅନ୍ତର୍ଗତ ଫୁଲଚି ଓ ଥିପାଖୋଲ ଗ୍ରାମର ପ୍ରାୟ ୧ ଶହ ୨୦ କାର୍ଡଧାରୀ ପରିବାରକୁ ଗତ ଅଗଷ୍ଟରୁ ପିଡିଏସ ଚାଉଳ ଓ ମାଣ୍ଡିଆ ପ୍ରଦାନ କରାଯାଇ ନାହିଁ। ବାରମ୍ବାର ସରପଞ୍ଚ ତଥା ବିଭାଗୀୟ ଅଧିକାରୀ ଯୋଗାଣ ନିରୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ହିତାଧିକାରୀମାନେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ଚାଉଳ ହଡପ ଘଟଣା ନେଇ ଯୋଗାଣ ନିରୀକ୍ଷକଙ୍କୁ ମଧ୍ୟ ପୂର୍ବରୁ ଅବଗତ କରାଯାଇଥିବା ନେଇ ହିତାଧିକାରୀ ପ୍ରକାଶ କରିଛନ୍ତି। ଫୁଲଚି ଓ ଥିପାଖୋଲ ଗ୍ରାମର ଶତାଧିକ ରାଶନ କାର୍ଡଧାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସି ଚାଉଳ ପାଇଁ ହୋହାଲ୍ଲା କରିଥିଲେ। ଦୀର୍ଘ ସମୟ ଧରି ରାଶନରୁ ବଞ୍ଚତ୍ତ ହିତାଧିକାରୀଙ୍କ ସହ ଆଲୋଚନା ପରେ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ଆଗାମୀ ୧୪ ତାରିଖରେ ଚାଉଳ ପ୍ରଦାନ କରିବୁ ବୋଲି ଏକ ଚୁକ୍ତିନାମା ମାଧ୍ୟମରେ ଘୋଷଣା ପରେ ଉତ୍ତ୍ୟକ୍ତ ହିତାଧିକାରୀ ଶାନ୍ତ ହୋଇପଡ଼ିଥିଲେ। ହେଲେ ନିର୍ଦ୍ଦାରିତ ଦିନ ବକେୟା ଚାଉଳ ନ ପାଇଲେ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ କରି ଧାରଣାରେ ବସିବୁ ବୋଲି ସ୍ଥାନୀୟ ହିତାଧିକାରୀ ରାମେଶ୍ୱର ମାଝି, ରାଇସିଙ୍ଗ ମାଝି, ବଳରାମ ମାଝି, ବନ ମାଝି, ଜୟରାମ ମାଝି, ଟିକେମଣି ମାଝି, ରେମଣି ମାଝି, ତୁଲେଶ୍ୱରୀ ମାଝି, ଅଞ୍ଜୁଲ ମାଝି, ନୁର ମାଝି, ପଦ୍ମନୀ ମାଝି, ନୂଆଦି ମାଝି, ଗୋମତି ମାଝି, ବିଳାସ ମାଝି, ଜାନକୀ ମାଝି, ତୁଳସେ ମାଝି, ଶୋଭନୀ ମାଝି, ଦେବକୀ ରାଉତ, କନ ଘିଭେଲା, ବିଶଦେ ମାଝି ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?