କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ। ସେ (ଆନ୍ଧ୍ରପ୍ରଦେଶ ଫେରନ୍ତା )। ସେହିପରି ସୁନାବେଡ଼ା ପୌରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ (ବିହାର ଫେରନ୍ତା) ଚିହ୍ନଟ ହୋଇଛନ୍ତି। ସେହିପରି ବୋରିଗୁମ୍ମା ବ୍ଲକରୁ ୨ ଜଣ (ସ୍ଥାନୀୟ ଅଞ୍ଚଳରୁ ) ଏବଂ ସେମିଳିଗୁଡ଼ା ବ୍ଲକରୁ ଜଣେ (ସ୍ଥାନୀୟ ବାସିନ୍ଦା) ଏପରିକି ମୋଟ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ଏହି ସଂଖ୍ୟା ୫୭କୁ ବୃଦ୍ଧି ପାଇଛି।
ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସପ୍ତାହରେ ଦୁଇଦିନ ଶନିବାର, ରବିବାର ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯଥା ପେଟ୍ରୋଲ, ମେଡିଶିନ ଦୋକାନ ଖୋଲା ରହିବ। ଶନିବାର ଏଥିଯୋଗୁ କୋରାପୁଟ ସହର ସମେତ ଜିଲାରେ ସମସ୍ତ ସ୍ଥାନ ଶୂନ୍‌ଶାନ ରହିଥିବା ଦେଖିବାକୁ ମିଳିଛି ା ସହରର ବିଭିନ୍ନ ଛକରେ ପୋଲିସ ମୁତୟନ କରାଯାଇ ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଚଳିତ ମାସ ଶେଷ ଯାଏ ଏହି ସାପ୍ତାହିକ ଶଟ୍‌ଡାଉନ୍‌ ବଳବତ୍ତର ଚାଲିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୋଲ୍‌ବମ୍‌ ଯାତ୍ରା ବନ୍ଦ କରିବା ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଜିଲା ପ୍ରଶାସନ ନିକଟରେ ପହଞ୍ଚିଛି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ବୋଲବୋମ ଯାତ୍ରାକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବା ସହ କୌଣସି ମନ୍ଦିରକୁ ଯେମିତି କେହି ଭକ୍ତ ନ ଯାଇ ପାରିବେ ସେ ନେଇ ଦୃଷ୍ଟି ଦେବାକୁ ଜିଲାର ସମସ୍ତ ପୋଲିସ ପ୍ରଶାସନକୁ ଜିଲାପାଳ ମଧୁସୂଦନ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri