କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ। ସେ (ଆନ୍ଧ୍ରପ୍ରଦେଶ ଫେରନ୍ତା )। ସେହିପରି ସୁନାବେଡ଼ା ପୌରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ (ବିହାର ଫେରନ୍ତା) ଚିହ୍ନଟ ହୋଇଛନ୍ତି। ସେହିପରି ବୋରିଗୁମ୍ମା ବ୍ଲକରୁ ୨ ଜଣ (ସ୍ଥାନୀୟ ଅଞ୍ଚଳରୁ ) ଏବଂ ସେମିଳିଗୁଡ଼ା ବ୍ଲକରୁ ଜଣେ (ସ୍ଥାନୀୟ ବାସିନ୍ଦା) ଏପରିକି ମୋଟ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ଏହି ସଂଖ୍ୟା ୫୭କୁ ବୃଦ୍ଧି ପାଇଛି।
ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସପ୍ତାହରେ ଦୁଇଦିନ ଶନିବାର, ରବିବାର ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯଥା ପେଟ୍ରୋଲ, ମେଡିଶିନ ଦୋକାନ ଖୋଲା ରହିବ। ଶନିବାର ଏଥିଯୋଗୁ କୋରାପୁଟ ସହର ସମେତ ଜିଲାରେ ସମସ୍ତ ସ୍ଥାନ ଶୂନ୍‌ଶାନ ରହିଥିବା ଦେଖିବାକୁ ମିଳିଛି ା ସହରର ବିଭିନ୍ନ ଛକରେ ପୋଲିସ ମୁତୟନ କରାଯାଇ ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଚଳିତ ମାସ ଶେଷ ଯାଏ ଏହି ସାପ୍ତାହିକ ଶଟ୍‌ଡାଉନ୍‌ ବଳବତ୍ତର ଚାଲିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୋଲ୍‌ବମ୍‌ ଯାତ୍ରା ବନ୍ଦ କରିବା ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଜିଲା ପ୍ରଶାସନ ନିକଟରେ ପହଞ୍ଚିଛି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ବୋଲବୋମ ଯାତ୍ରାକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବା ସହ କୌଣସି ମନ୍ଦିରକୁ ଯେମିତି କେହି ଭକ୍ତ ନ ଯାଇ ପାରିବେ ସେ ନେଇ ଦୃଷ୍ଟି ଦେବାକୁ ଜିଲାର ସମସ୍ତ ପୋଲିସ ପ୍ରଶାସନକୁ ଜିଲାପାଳ ମଧୁସୂଦନ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri