ଆଉ ୫ଦିନ ତାତି

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ରବିବାର ୪୪ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଥିସହ ୧୫ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲାବେଳେ ସନ୍ଧ୍ୟାରେ ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ସମ୍ବଲପୁର ଆଦି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସେହିପରି ରାତିରେ ଭୁବନେଶ୍ୱର ଓ କଟକ ସହର ସମେତ କଟକ ଓ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ମଧ୍ୟ ଘଡଘଡ଼ି ସହ ବର୍ଷା ହୋଇଥିବା ସୂଚନା ରହିଛି। ତେବେ ଆସନ୍ତା ୫ଦିନ ଏପରି ସ୍ଥିତି ଜାରି ରହିବ ଓ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ୧୫ଟି ଜିଲାକୁ କାଳବୈଶାଖୀ ନିମନ୍ତେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢ଼େଙ୍କାନାଳ, ବଲାଙ୍ଗୀର, କଳାହାଣ୍ଡି, କନ୍ଧାମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କୋରାପୁଟ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସୂଚନାଥାଉ କି, ରବିବାର ବୌଦ୍ଧର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିବାବେଳେ ବଲାଙ୍ଗୀର ୪୩.୩ ଡିଗ୍ରୀ ଓ ସୋନପୁରରେ ୪୩.୧ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ପଛକୁ ହୀରାକୁଦରେ ୪୨.୬ ଡିଗ୍ରୀ, ଝାରସୁଗୁଡ଼ା ଓ ଭବାନୀପାଟଣାରେ ୪୨.୫ ଡିଗ୍ରୀ, ସୁନ୍ଦରଗଡ଼ ୪୨.୪ ଡିଗ୍ରୀ, ରାଉରକେଲା ୪୨.୨ ଡିଗ୍ରୀ, ଟିଟିଲାଗଡ଼ ଓ ବରଗଡ଼ରେ ୪୨ ଡିଗ୍ରୀ, ମାଲକାନଗିରି ୪୧.୭ ଡିଗ୍ରୀ, ତାଳଚେର ୪୦.୮ଡିଗ୍ରୀ, ଅନୁଗୋଳ ୪୦.୭ ଡିଗ୍ରୀ ଓ ବାରିପଦାରେ ତାପମାତ୍ରା ୪୦.୫ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?