ଆଉ ୫ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ବାଲେଶ୍ୱର ଅଫିସ/ ସୋର, ୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମର ଆଉ ୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ୪ଜଣ ଛାତ୍ରୀ ଥିବା ବେଳେ ଜଣେ କର୍ମଚାରୀ ଅଛନ୍ତି। ଏମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସୋମବାର ବିଳମ୍ବିତ ରାତିରେ ସ୍ଥାନାନ୍ତର କରାଯାଇଛି।
ସ୍ଥିତି ଅନୁଧ୍ୟାନ ପାଇଁ ମଙ୍ଗଳବାର ପୂର୍ବାହ୍ନରେ ଏସ୍‌ଡିଏମ୍‌ଓ ଡା. ଶଶାଙ୍କ ଶେଖର ଚୌଧୁରୀ ଏକ ଟିମ୍‌ ସହ କନ୍ୟାଶ୍ରମରେ ପହଞ୍ଚତ୍ ଛାତ୍ରୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ଅନ୍ୟପକ୍ଷରେ ଆଶ୍ରମ ଚାରିପାଖରେ ଥିବା ପରିବେଶକୁ ଅନୁଧ୍ୟାନ କରିବା ସହ ନାଳରୁ ପାଣି ନିଷ୍କାସନ, ବ୍ଲିଚିଂ ସିଞ୍ଚନ, ସମୟାନୁସାରେ ମଶା ଧୂଅଁା ପ୍ରୟୋଗ କାର୍ଯ୍ୟକୁ ତଦାରଖ କରିଥିଲେ। ଆଖପାଖ ଅଞ୍ଚଳରେ କୌଣସି ଘୁଷୁରି ନ ଥିବା ଜଣାପଡ଼ିଛି। ତେଣୁ ଉକ୍ତ ରୋଗ ରୋକିବା ପାଇଁ ପରିବେଶ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ସେ ପ୍ରକାଶ କରିଛନ୍ତି। ଏହି କନ୍ୟାଶ୍ରମରେ ଅସୁସ୍ଥ ହୋଇଥିବା ୨୭ଜଣ ଅନ୍ତେବାସୀ ସୋର ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ଗତ ଶୁକ୍ରବାର ରୁବିନା ସିଂ ନାମକ ଦଶମ ଶ୍ରେଣୀର ଅନ୍ତେବାସୀଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଥିଲା। ଦୁଇଜଣ ଜିଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ଆଉ ୫ଜଣ ଅନ୍ତେବାସୀ ଜାପାନିଜ ଏନସେଫାଲାଇଟିସ୍‌ରେ ଆକ୍ରାନ୍ତ ଥିବା ରିପୋର୍ଟ ଆସିବା ପରେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୋର ଡାକ୍ତରଖାନାରେ ପ୍ରତିଦିନ ଅନ୍ତେବାସୀଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରାଯାଉଛି। ସୋମବାର ବିଳମ୍ବିତ ରାତିରେ ସୋର ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ୧୯ ଜଣ ଅନ୍ତେବାସୀଙ୍କ ମଧ୍ୟରୁ ଗୁରୁତର ଥିବା ରାଖି ସାନ୍ତରା (୭), ନନ୍ଦିନୀ ସିଂ (୧୫), ପୂର୍ଣ୍ଣିମା ଦା (୧୫), ରାଖି ସିଂ (୬) ଓ ଜଣେ କର୍ମଚାରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri