ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳ ଅଧୀନ ଭୁର୍ସୁନ୍ଧ ବନ୍ଧପଡ଼ା ଏବଂ ନଦୀପଡ଼ାର ୨ଜଣ ପୁରୁଷ ଥିବାବେଳେ ଅତାବିରା ବ୍ଲକ ଟୋପ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ର ୨ଜଣ ମହିଳା ଅଛନ୍ତି। ଟୋପ ଟିଏମ୍‌ସିର ଆକ୍ରାନ୍ତମାନେ ସେହି ଟିଏମ୍‌ସିରେ ଚିକିତ୍ସିତ ହେଉଥିବା ବେଳେ ଏମ୍ସରେ ଚିହ୍ନଟ ଆକ୍ରାନ୍ତଙ୍କ ସେଠାରେ ଚିକିତ୍ସା ଚାଲିଛି। ଅନ୍ୟପକ୍ଷରେ ବରଗଡ଼ ପୌରାଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୫୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୭୯ ଜଣ ସକ୍ରିୟ ରହି ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri