ଗଞ୍ଜାମ ଯିବେ ୫ ଓଏଏସ୍‌, ୪୭ ଓଆର୍‌ଏସ୍‌ ଅଫିସର

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଗଞ୍ଜାମ ଜିଲାର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ସେଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି। ଜିଲାରେ କରୋନା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ସେନେଇ ସରକାର ଅନ୍ୟ ଜିଲାର ଅଧିକାରୀମାନଙ୍କୁ ଗଞ୍ଜାମ ପଠାଇବା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେଥିରେ ୫ଜଣ ବାହାର ଜିଲାର ଓଏଏସ୍‌ ଅଫିସରଙ୍କୁ ଗଞ୍ଜାମ ଯିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଉଲ୍ଲେଖ କରାଯାଇଛି। ବଲାଙ୍ଗୀର ଉପ ଜିଲାପାଳ ସରୋଜ କୁମାର ରାଉତ, ବୌଦ୍ଧ ଉପଜିଲାପାଳ ଅବନୀକାନ୍ତ ସାହୁ, ଝାରସୁଗୁଡା ଉପଜିଲାପାଳ ଯୋଗେନ୍ଦ୍ର ମାଝୀ ଏବଂ କନ୍ଧମାଳ ଉପଜିଲାପାଳ ଜଗଦୀଶ ଷଡ଼ଙ୍ଗୀଙ୍କୁ ଗଞ୍ଜାମ ପଠାଯାଇଛି। ସେହିପରି ଲହୁଣିପଡା ତହସିଲଦାର ଆଲୋକ କୁମାର ଦେହୁରୀଙ୍କୁ ମଧ୍ୟ ଗଞ୍ଜାମ ଜିଲାକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ସେମାନେ ସେଠାରେ କାର୍ଯ୍ୟ କରିବେ ବୋଲି ଜଣାପଡିଛି। ସେହିପରି ରାଜସ୍ବ ଓ ପରିଚାଳନା ବିଭାଗ ପକ୍ଷରୁ ଜାରି କରାଯାଇଥିବା ଆଉ ଏକ ନିର୍ଦ୍ଦେଶନାମା ଅନୁଯାୟୀ ୪୭ ଓଆର୍‌ଏସ୍‌ ଅଫିସରଙ୍କୁ ମଧ୍ୟ ଗଞ୍ଜାମ ଜିଲା ଦାୟିତ୍ୱରେ ପଠାଯାଇଛି।

 

୧୩୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାୟିତ୍ୱ
ଭୁବନେଶ୍ୱର,(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ମୁକାବିଲା ଓ ପରିଚାଳନା ପାଇଁ ରାଜ୍ୟ ସରକାର ଆଉ ୧୩୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି। ୨୨ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗଞ୍ଜାମର ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ ବା ଡାଇରେକ୍ଟୋରେଟ୍‌ ଅଫ୍‌ ହେଲ୍‌ଥ ସର୍ଭିସ(ଡିଏଚ୍‌ଏସ୍‌)ରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ନିକଟରେ ବିଭିନ୍ନ ମେଡିକାଲ କଲେଜରୁ ପିଜି ପାସ୍‌ କରି ନୂତନ ଭାବେ ଯୋଗଦେଇଥିବା ଆଉ ୮ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ସରକାର ଉକ୍ତ ବିଭାଗର ପଦବୀରୁ ଅବ୍ୟାହତି ଦେଇ ଗଞ୍ଜାମ ଡିଏଚ୍‌ଏଚ୍‌ରେ ନୂତନ ଦାୟିତ୍ୱ ଦେଇଛନ୍ତି। ସେହିପରି ବିଭନ୍ନ ଜିଲାର ୧୦୦ଜଣ ଆୟୁର୍ବେଦିକ ମେଡିକାଲ ଅଫିସର(ଏଏମ୍‌ଓ) ଓ ହୋମିଓପାଥିକ୍‌ ମେଡିକାଲ ଅଫିସର(ଡିଏମ୍‌ଓ)ଙ୍କୁ ମଧ୍ୟ ଗଞ୍ଜାମ ଜିଲାର କୋଭିଡ୍‌-୧୯ ପରିଚାଳନା ପାଇଁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେମାନେ ଆସନ୍ତା ୧୬ତାରିଖ ସୁଦ୍ଧା ସିଡିଏମ୍‌ଓ ଓ ପିଏଚ୍‌ଓଙ୍କୁ ରିପୋର୍ଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri