ଜୁନିୟର ମହିଳା ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭାରତୀୟ କନିଷ୍ଠ ମହିଳା ବର୍ଗର ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ ସ୍ଥାନ ପାଇଛନ୍ତି। କୋର୍‌ ଗ୍ରୁପରେ ସ୍ଥାନ ପାଇବା ପରେ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଅଜମିନା କୁଜୁର, ଜ୍ୟୋତି ଛତ୍ରୀ, ଜୀବନ କିଶୋରୀ ଟପ୍ପୋ, ନିକିତା ଟପ୍ପୋ, ମାଧୁରୀ କିଣ୍ଡୋଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ଆସନ୍ତା ମାସରେ ଜୁନିୟର ମହିଳା ହକି ବିଶ୍ୱକପ ଦକ୍ଷିଣ ଆଫ୍ରିକାରେ ଖେଳାଯିବ। ଏଥିପାଇଁ ଭାରତୀୟ ଦଳର ୨୮ ଜଣିଆ କୋର୍‌ ଗ୍ରୁପ ଘୋଷଣା ହୋଇଥିବାବେଳେ ଏଥିରେ ୫ ଓଡ଼ିଆ ସାମିଲ ହୋଇଛନ୍ତି। ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସେମାନେ ଅଭ୍ୟାସ କରିବେ । ପ୍ରଦର୍ଶନ ଆଧାରରେ ୨୮ଜଣିଆ କୋର ଗ୍ରୁପରୁ ବିଶ୍ୱକପ ପାଇଁ ଟିମ୍‌ ଚୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri