ହତ୍ୟା ମାମଲାରେ ୫ ଜଣଙ୍କୁ ଫାଶୀ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ବୁଧବାର ବହୁ ଚର୍ଚ୍ଚିତ ଘଷିପୁରା ନିର୍ବାଚନ ମଣ୍ଡଳୀ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ଶୁଣାଣି କରି ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସମୁଦାୟ ୫୩ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ଏହି ଦଣ୍ଡାଦେଶ କରିଛନ୍ତି। ଦୋଷୀମାନେ ହେଲେ ସଞ୍ଜୟ ପୃଷ୍ଟି, ଅଜିତ ପୃଷ୍ଟି, ଅରୁଣ ପୃଷ୍ଟି, ଅଲେଖ ପୃଷ୍ଟି ଓ ଦୋଳ ବୋଇତେଇ। ଅନ୍ୟ ଜଣେ ନାବାଳକ ଜୁଭେନାଲ ହୋମ୍‌ରେ ଅଛନ୍ତି। ୨୦୧୯ ମାର୍ଚ୍ଚ ୨୫ ତାରିଖ ରାତି ୧୦ଟାରେ ଘରୁ ଡାକିଆଣି ସଂଘବଦ୍ଧ ଭାବେ ହାତଗୋଡ଼ ହାଣି ରାମଚନ୍ଦ୍ରଙ୍କୁ ନିର୍ମମ ହତ୍ୟା କରିଥିଲେ। ଏହାକୁ ନେଇ ପରିବାର ପକ୍ଷରୁ ମିନାରାଣୀ ବେହେରା ଘଷିପୁରା ଥାନାରେ ଅଭିଯୋଗ କରିଥିଲେ। ଘଷିପୁରା ପୋଲିସ ଏହାକୁ ନେଇ ୫୧/୨୦୧୯ରେ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri