ପଞ୍ଜୀକରଣ କଲେ ୫ ପ୍ରତିଶତ ଅଧିକ ଚାଷୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ୨୦୨୧ ଖରିଫ ଧାନ ସଂଗ୍ରହ ନିମନ୍ତେ ରାଜ୍ୟ ସରକାର ରଖିଥିବା ଚାଷୀଙ୍କ ପଞ୍ଜୀକରଣ ସମୟସୀମା ଅଗଷ୍ଟ ୨୩ରୁ ଶେଷ ହୋଇଛି। ଏଥର ରାଜ୍ୟରେ ମୋଟ ୧୫ ଲକ୍ଷ ୭୪ ହଜାର ୩୦୮ ଜଣ ଚାଷୀ ଧାନ ବିକ୍ରି ପାଇଁ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଗତ ଖରିଫରେ ୧୪ ଲକ୍ଷ ୯୯ ହଜାର ୬୬୧ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ତେଣୁ ଚଳିତ ବର୍ଷ ପୂର୍ବାପେକ୍ଷା ପ୍ରାୟ ୫ ପ୍ରତିଶତ ଅଧିକ ଅର୍ଥାତ୍‌ ୭୫ ହଜାରରୁ ଉର୍ଦ୍ଧ୍ୱ ଚାଷୀ ସେମାନଙ୍କ ଖରିଫ ଧାନ ବିକ୍ରି ନିମନ୍ତେ ସୋସାଇଟିରେ ନାମ ପଞ୍ଜୀକରଣ କରିଛନ୍ତି। ଚଳିତବର୍ଷ ଏହି ପ୍ରକ୍ରିୟା ଯେପରି ନିର୍ଭୁଲ ହେବ ତାହା ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ୱାରୋପ କରିଥିବା ବେଳେ ଚାଷୀମାନଙ୍କ ସୁବିଧା ନିମନ୍ତେ ପ୍ରତ୍ୟେକ ସୋସାଇଟିରେ ହେଲ୍ପଡେସ୍କ ବ୍ୟବସ୍ଥା କରାଯାଇଥିଲା। ନାମ ପଞ୍ଜୀକରଣ ଶେଷ ହୋଇଥିବାରୁ ଏ ସମ୍ପର୍କିତ ଆପତ୍ତି ଅଭିଯୋଗର ତୁରନ୍ତ ଶୁଣାଣି ଓ ସମାଧାନ ନିମନ୍ତେ ମନ୍ତ୍ରୀ ସ୍ବାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଚାଷୀମାନେ ଧାନଚାଷ ସମ୍ପର୍କରେ ଦେଇଥିବା ତଥ୍ୟକୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ସହିତ ୭ଟି ଜିଲାରେ ସାଟେଲାଇଟ୍‌ ଇମେଜ୍‌ ମାଧ୍ୟମରେ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri