ଭୋଟ ଗଣତି କେନ୍ଦ୍ରରୁ ଫେରିଲା ବେଳେ ଦୁର୍ଘଟଣା, ଗଲା ୫ ଜୀବନ

ଖମାର,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ କଣ୍ଟିଆପସି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକଳ, ଇଞ୍ଜିଡି ଗାଁର ୫ ଜଣ ପାଲଲହଡ଼ା ଭୋଟ ଗଣତି କେନ୍ଦ୍ରକୁ ଯାଇଥିଲେ। ସେଠାରୁ ସେମାନେ ବିଳମ୍ବିତ ରାତିରେ ଏକ କାର ଯୋଗେ ଗାଁକୁ ଫେରୁଥିଲେ। ହେଲେ କାରଟି ଭାରସାମ୍ୟ ହରାଇ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରକ ପଛପଟେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା।

ମୃତକମାନେ ହେଲେ ଇଞ୍ଜିଡ଼ ଗ୍ରାମର ଦିଲୀପ କୁମାର ସାହୁ, ବାପୁନ କୁମାର ସାହୁ, ରାନୁ ପ୍ରଧାନ, ଗୌର ଚନ୍ଦ୍ର ସାହୁ, ପିନୁ ସାହୁ। ଖବର ପାଇ ପୂର୍ବତନ ଜିଲାପରିଷଦ ସରୋଜ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପରେ ଖମାର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଖବର ପ୍ରଚାରିତ ହେବାପରେ ଖମାର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି କାରକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?