ସୁନ୍ଦରଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା, ହାଇୱା ଧକ୍କାରେ ୫ମୃତ

ସୁନ୍ଦରଗଡ଼, ୧୭ା୧୨: ସୁନ୍ଦରଗଡ଼ ସଦର ଥାନା ତେଲେନଡିହିରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଉପରେ ହାଇୱା ମାଡିଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ମୃତ ସମସ୍ତ ଗୋଟିଏ ପରିବାରର ସଦସ୍ୟ ଅଟନ୍ତି।

ହାଇୱା ଧକ୍କା ହେବା ପରେ ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ପ୍ରାୟ ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡିଥିଲା। ଅଟୋ ତଳେ କିଛି ଲୋକେ ଚାପି ହୋଇଯାଇଥିଲେ, ଯେଉଁମାନଙ୍କୁ ଜେସିବି ସାହାଯ୍ୟରେ ଉଦ୍ଧାର କରି ମେଡିକାଲକୁ ପଠାଯାଇଛି।

ଅଟୋରେ ଥିବା ଲୋକମାନେ ସମସ୍ତେ ସୁନ୍ଦରଗଡ଼ ବଗିଚା ପଡ଼ାର ବୋଲି ଜଣାପଡିଛି। ଆଜି ସେମାନେ ପାଖରେ ଥିବା ସରସ୍ଵତୀ ନାଳକୁ ଭୋଜି କରିବା ପାଇଁ ଯାଇଥିଲେ ଏବଂ ଫେରିବା ସମୟରେ ପ୍ରାୟ ଅପରାହ୍ନ ସାଢେ ତିନିଟା ବେଳେ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷ ଦର୍ଶୀ ଠାରୁ ସୂଚନା ମିଳିଛି। ଆହତ ମାନଙ୍କୁ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଓ ସୁନ୍ଦର ଗଡ ଡାକ୍ତରଖାନାରେ ଏକ ଶୋକାକୁଳ ପରିସ୍ଥିତି ସ୍ରୁଷ୍ଟି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri