ସଂକ୍ରମଣ ରୋକିବାକୁ ୫ ସୂତ୍ରୀ ଯୋଜନା

ନୂଆଦିଲ୍ଲୀ,୨୮।୩: ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏହାର ମୁକାବିଲା ଲାଗି ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର, ହରିୟାଣା, ତାମିଲନାଡୁ, ପଶ୍ଚିମବଙ୍ଗ, କର୍ନାଟକ, ପଞ୍ଜାବ ଏବଂ ଦିଲ୍ଲୀ ସମେତ ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧି ଯୋଗଦେଇଥିଲେ। ସଂକ୍ରମଣ ରୋକିବାକୁ ବୈଠକରେ ୫ ସୂତ୍ରୀ ଯୋଜନା ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ସେଗୁଡ଼ିକ ହେଲା କୋଭିଡ୍‌ ପରୀକ୍ଷା ବଢ଼ାଇବା, ଆଇସୋଲେଶନକୁ ଅଧିକ ପ୍ରଭାବୀ କରିବା, କଣ୍ଟାକ୍ଟ ଟ୍ରେସିଂକୁ ବ୍ୟାପକ କରିବା, ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ପୁନର୍ବାର ପ୍ରୋତ୍ସାହିତ କରିବା, ଜନସାଧାରଣଙ୍କ ମଧ୍ୟରେ କୋଭିଡ୍‌ ସତର୍କତା ନିୟମ ପାଳନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ଟିକାକରଣର ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା।
ଦେଶର ୪୬ ଜିଲାକୁ ସର୍ବାଧିକ ସଂକ୍ରମିତ ଜିଲା ଭାବେ ଚିହ୍ନଟ କରାଯିବା ସହ ସେଠାରେ କଣ୍ଟେନ୍‌ମେଣ୍ଟ ନିୟମ କଡ଼ାକଡ଼ି ପାଳନ କରିବାକୁ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ପରୀକ୍ଷା ବଢ଼ାଇବା ସହ ୭୦% ଆର୍‌ଟି ପିସିଆର୍‌ ଟେଷ୍ଟ ପାଇଁ ପରାମର୍ଶ ଦିଆଯାଇଛି। ପଜିଟିଭ୍‌ ମାମଲାଗୁଡ଼ିକର ଉପଯୁକ୍ତ ଆଇସୋଲେଶନ, ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ହାରାହାରି ୩୦ ଜଣଙ୍କୁ ଖୋଜି ବାହାର କରି ସେମାନଙ୍କ ପରୀକ୍ଷା କରାଇବା ଓ ପ୍ରଥମ ୭୨ ଘଣ୍ଟା ଅଲଗା ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି।

ମହାରାଷ୍ଟ୍ରରେ ସବୁ ସମାବେଶ ବନ୍ଦ
ମହାରାଷ୍ଟ୍ରରେ ସଂକ୍ରମଣର ଦ୍ୱିତୀୟ ଲହର ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାରେ ରାଜନୈତିକ ଓ ଧର୍ମୀୟ ସମାବେଶ ସାଙ୍ଗକୁ ସମସ୍ତ ପ୍ରକାର ଜନ ସମାଗମକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ରବିବାରଠାରୁ ରାତି ୮ରୁ ସକାଳ ୭ ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ରେଷ୍ଟୁରାଣ୍ଟ, ମଲ୍‌ ଓ ପାର୍କ ଆଦି ବନ୍ଦ ରଖିବାକୁ କୁହାଯାଇଛି। ସେହିପରି ଡ୍ରାମା, ଥିଏଟର ଆଦି ବନ୍ଦ ରହିବା ସହିତ ଲୋକମାନଙ୍କୁ ବେଳାଭୂମି ଭ୍ରମଣ ଲାଗି ଅନୁମତି ମିଳିବ ନାହିଁ। ରାତି ୮ଟା ପରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ। ଯେଉଁମାନେ ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ୧୦୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ। ମାସ୍କ ନ ପିନ୍ଧିଲେ ୫୦୦ ଟଙ୍କା ଓ ସର୍ବସାଧାରଣ ସ୍ଥାନରେ ଛିପ ପକାଇଲେ ୧୦୦୦ ଟଙ୍କା ଜରିମାନ ଦେବାକୁ ହେବ। ଶନିବାର ମହାରାଷ୍ଟ୍ରରେ ୩୫,୭୨୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୬୬ ଜଣ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri